ଯାତ୍ରା ପୁସ୍ତକ 25 : 1 (IRVOR)
{ପବିତ୍ର ସ୍ଥାନ ନିମନ୍ତେ ଉପହାର} [PS] ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଯାତ୍ରା ପୁସ୍ତକ 25 : 2 (IRVOR)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
ଯାତ୍ରା ପୁସ୍ତକ 25 : 3 (IRVOR)
ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
ଯାତ୍ରା ପୁସ୍ତକ 25 : 4 (IRVOR)
ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
ଯାତ୍ରା ପୁସ୍ତକ 25 : 5 (IRVOR)
ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,
ଯାତ୍ରା ପୁସ୍ତକ 25 : 6 (IRVOR)
ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
ଯାତ୍ରା ପୁସ୍ତକ 25 : 7 (IRVOR)
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
ଯାତ୍ରା ପୁସ୍ତକ 25 : 8 (IRVOR)
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
ଯାତ୍ରା ପୁସ୍ତକ 25 : 9 (IRVOR)
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ। [PS]
ଯାତ୍ରା ପୁସ୍ତକ 25 : 10 (IRVOR)
{ନିୟମ ସିନ୍ଦୁକ} [PS] ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
ଯାତ୍ରା ପୁସ୍ତକ 25 : 11 (IRVOR)
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
ଯାତ୍ରା ପୁସ୍ତକ 25 : 12 (IRVOR)
ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
ଯାତ୍ରା ପୁସ୍ତକ 25 : 13 (IRVOR)
ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।
ଯାତ୍ରା ପୁସ୍ତକ 25 : 14 (IRVOR)
ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।
ଯାତ୍ରା ପୁସ୍ତକ 25 : 15 (IRVOR)
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
ଯାତ୍ରା ପୁସ୍ତକ 25 : 16 (IRVOR)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
ଯାତ୍ରା ପୁସ୍ତକ 25 : 17 (IRVOR)
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
ଯାତ୍ରା ପୁସ୍ତକ 25 : 18 (IRVOR)
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
ଯାତ୍ରା ପୁସ୍ତକ 25 : 19 (IRVOR)
ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
ଯାତ୍ରା ପୁସ୍ତକ 25 : 20 (IRVOR)
ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
ଯାତ୍ରା ପୁସ୍ତକ 25 : 21 (IRVOR)
ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
ଯାତ୍ରା ପୁସ୍ତକ 25 : 22 (IRVOR)
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା। [PS]
ଯାତ୍ରା ପୁସ୍ତକ 25 : 23 (IRVOR)
{ଦର୍ଶନୀୟ ରୁଟିର ମେଜ} [PS] ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
ଯାତ୍ରା ପୁସ୍ତକ 25 : 24 (IRVOR)
ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
ଯାତ୍ରା ପୁସ୍ତକ 25 : 25 (IRVOR)
ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁର୍ଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
ଯାତ୍ରା ପୁସ୍ତକ 25 : 26 (IRVOR)
ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
ଯାତ୍ରା ପୁସ୍ତକ 25 : 27 (IRVOR)
ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
ଯାତ୍ରା ପୁସ୍ତକ 25 : 28 (IRVOR)
ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
ଯାତ୍ରା ପୁସ୍ତକ 25 : 29 (IRVOR)
ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
ଯାତ୍ରା ପୁସ୍ତକ 25 : 30 (IRVOR)
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ। [PS]
ଯାତ୍ରା ପୁସ୍ତକ 25 : 31 (IRVOR)
{ସୁବର୍ଣ୍ଣ ଦୀପବୃକ୍ଷ} [PS] ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
ଯାତ୍ରା ପୁସ୍ତକ 25 : 32 (IRVOR)
ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
ଯାତ୍ରା ପୁସ୍ତକ 25 : 33 (IRVOR)
ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
ଯାତ୍ରା ପୁସ୍ତକ 25 : 34 (IRVOR)
ମାତ୍ର ଦୀପବୃକ୍ଷରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
ଯାତ୍ରା ପୁସ୍ତକ 25 : 35 (IRVOR)
ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖା ଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖା ଦ୍ୱୟର ତଳେ ଏକ କଳିକା ରହିବ।
ଯାତ୍ରା ପୁସ୍ତକ 25 : 36 (IRVOR)
ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ।
ଯାତ୍ରା ପୁସ୍ତକ 25 : 37 (IRVOR)
ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
ଯାତ୍ରା ପୁସ୍ତକ 25 : 38 (IRVOR)
ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
ଯାତ୍ରା ପୁସ୍ତକ 25 : 39 (IRVOR)
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ [* 33 କିଲୋଗ୍ରାମ୍] ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
ଯାତ୍ରା ପୁସ୍ତକ 25 : 40 (IRVOR)
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: