ଯାତ୍ରା ପୁସ୍ତକ 35 : 1 (IRVOR)
ବିଶ୍ରାମବାର ବିଧି ପାଳନ ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
ଯାତ୍ରା ପୁସ୍ତକ 35 : 2 (IRVOR)
ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”
ଯାତ୍ରା ପୁସ୍ତକ 35 : 3 (IRVOR)
ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।
ଯାତ୍ରା ପୁସ୍ତକ 35 : 4 (IRVOR)
ଆବାସ (ତମ୍ବୁ) ନିମନ୍ତେ ଉପହାର ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
ଯାତ୍ରା ପୁସ୍ତକ 35 : 5 (IRVOR)
ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
ଯାତ୍ରା ପୁସ୍ତକ 35 : 6 (IRVOR)
ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମ ସୂତ୍ର ଓ ଛାଗର ଲୋମ,
ଯାତ୍ରା ପୁସ୍ତକ 35 : 7 (IRVOR)
ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,
ଯାତ୍ରା ପୁସ୍ତକ 35 : 8 (IRVOR)
ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
ଯାତ୍ରା ପୁସ୍ତକ 35 : 9 (IRVOR)
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
ଯାତ୍ରା ପୁସ୍ତକ 35 : 10 (IRVOR)
ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
ଯାତ୍ରା ପୁସ୍ତକ 35 : 11 (IRVOR)
ଅର୍ଥାତ୍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
ଯାତ୍ରା ପୁସ୍ତକ 35 : 12 (IRVOR)
ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
ଯାତ୍ରା ପୁସ୍ତକ 35 : 13 (IRVOR)
ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
ଯାତ୍ରା ପୁସ୍ତକ 35 : 14 (IRVOR)
ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
ଯାତ୍ରା ପୁସ୍ତକ 35 : 15 (IRVOR)
ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
ଯାତ୍ରା ପୁସ୍ତକ 35 : 16 (IRVOR)
ପୁଣି, ହୋମବେଦି, ତହିଁର ପିତ୍ତଳ ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
ଯାତ୍ରା ପୁସ୍ତକ 35 : 17 (IRVOR)
ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
ଯାତ୍ରା ପୁସ୍ତକ 35 : 18 (IRVOR)
ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
ଯାତ୍ରା ପୁସ୍ତକ 35 : 19 (IRVOR)
ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।
ଯାତ୍ରା ପୁସ୍ତକ 35 : 20 (IRVOR)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
ଯାତ୍ରା ପୁସ୍ତକ 35 : 21 (IRVOR)
ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
ଯାତ୍ରା ପୁସ୍ତକ 35 : 22 (IRVOR)
ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
ଯାତ୍ରା ପୁସ୍ତକ 35 : 23 (IRVOR)
ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମ ସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
ଯାତ୍ରା ପୁସ୍ତକ 35 : 24 (IRVOR)
ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।
ଯାତ୍ରା ପୁସ୍ତକ 35 : 25 (IRVOR)
ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଆଣିଲେ।
ଯାତ୍ରା ପୁସ୍ତକ 35 : 26 (IRVOR)
ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
ଯାତ୍ରା ପୁସ୍ତକ 35 : 27 (IRVOR)
ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
ଯାତ୍ରା ପୁସ୍ତକ 35 : 28 (IRVOR)
ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
ଯାତ୍ରା ପୁସ୍ତକ 35 : 29 (IRVOR)
ଇସ୍ରାଏଲ ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
ଯାତ୍ରା ପୁସ୍ତକ 35 : 30 (IRVOR)
ଆବାସ (ତମ୍ବୁ)ର ନିର୍ମାଣ ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।”
ଯାତ୍ରା ପୁସ୍ତକ 35 : 31 (IRVOR)
ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
ଯାତ୍ରା ପୁସ୍ତକ 35 : 32 (IRVOR)
ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
ଯାତ୍ରା ପୁସ୍ତକ 35 : 33 (IRVOR)
ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
ଯାତ୍ରା ପୁସ୍ତକ 35 : 34 (IRVOR)
ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
ଯାତ୍ରା ପୁସ୍ତକ 35 : 35 (IRVOR)
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।
❮
❯