ଯାତ୍ରା ପୁସ୍ତକ 4 : 1 (IRVOR)
ମୋଶାଙ୍କୁ ଅଲୌକିକ ଶକ୍ତି ପ୍ରଦାନ ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”
ଯାତ୍ରା ପୁସ୍ତକ 4 : 2 (IRVOR)
ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”
ଯାତ୍ରା ପୁସ୍ତକ 4 : 3 (IRVOR)
ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
ଯାତ୍ରା ପୁସ୍ତକ 4 : 4 (IRVOR)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ୱାସ କରିବେ,
ଯାତ୍ରା ପୁସ୍ତକ 4 : 5 (IRVOR)
ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
ଯାତ୍ରା ପୁସ୍ତକ 4 : 6 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
ଯାତ୍ରା ପୁସ୍ତକ 4 : 7 (IRVOR)
ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
ଯାତ୍ରା ପୁସ୍ତକ 4 : 8 (IRVOR)
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
ଯାତ୍ରା ପୁସ୍ତକ 4 : 9 (IRVOR)
ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”
ଯାତ୍ରା ପୁସ୍ତକ 4 : 10 (IRVOR)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
ଯାତ୍ରା ପୁସ୍ତକ 4 : 11 (IRVOR)
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ?
ଯାତ୍ରା ପୁସ୍ତକ 4 : 12 (IRVOR)
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
ଯାତ୍ରା ପୁସ୍ତକ 4 : 13 (IRVOR)
ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
ଯାତ୍ରା ପୁସ୍ତକ 4 : 14 (IRVOR)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
ଯାତ୍ରା ପୁସ୍ତକ 4 : 15 (IRVOR)
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
ଯାତ୍ରା ପୁସ୍ତକ 4 : 16 (IRVOR)
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
ଯାତ୍ରା ପୁସ୍ତକ 4 : 17 (IRVOR)
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
ଯାତ୍ରା ପୁସ୍ତକ 4 : 18 (IRVOR)
ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
ଯାତ୍ରା ପୁସ୍ତକ 4 : 19 (IRVOR)
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।”
ଯାତ୍ରା ପୁସ୍ତକ 4 : 20 (IRVOR)
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
ଯାତ୍ରା ପୁସ୍ତକ 4 : 21 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”
ଯାତ୍ରା ପୁସ୍ତକ 4 : 22 (IRVOR)
ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
ଯାତ୍ରା ପୁସ୍ତକ 4 : 23 (IRVOR)
ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।
ଯାତ୍ରା ପୁସ୍ତକ 4 : 24 (IRVOR)
ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
ଯାତ୍ରା ପୁସ୍ତକ 4 : 25 (IRVOR)
ସେତେବେଳେ ସିପ୍‍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
ଯାତ୍ରା ପୁସ୍ତକ 4 : 26 (IRVOR)
ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ି ଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
ଯାତ୍ରା ପୁସ୍ତକ 4 : 27 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
ଯାତ୍ରା ପୁସ୍ତକ 4 : 28 (IRVOR)
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
ଯାତ୍ରା ପୁସ୍ତକ 4 : 29 (IRVOR)
ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
ଯାତ୍ରା ପୁସ୍ତକ 4 : 30 (IRVOR)
ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
ଯାତ୍ରା ପୁସ୍ତକ 4 : 31 (IRVOR)
ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31