ଯାତ୍ରା ପୁସ୍ତକ 5 : 1 (IRVOR)
ମିସର ରାଜାଙ୍କ ସମ୍ମୁଖରେ ମୋଶା ଓ ହାରୋଣ ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”
ଯାତ୍ରା ପୁସ୍ତକ 5 : 2 (IRVOR)
ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
ଯାତ୍ରା ପୁସ୍ତକ 5 : 3 (IRVOR)
ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
ଯାତ୍ରା ପୁସ୍ତକ 5 : 4 (IRVOR)
ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”
ଯାତ୍ରା ପୁସ୍ତକ 5 : 5 (IRVOR)
ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
ଯାତ୍ରା ପୁସ୍ତକ 5 : 6 (IRVOR)
ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
ଯାତ୍ରା ପୁସ୍ତକ 5 : 7 (IRVOR)
“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
ଯାତ୍ରା ପୁସ୍ତକ 5 : 8 (IRVOR)
ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି;
ଯାତ୍ରା ପୁସ୍ତକ 5 : 9 (IRVOR)
ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
ଯାତ୍ରା ପୁସ୍ତକ 5 : 10 (IRVOR)
ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
ଯାତ୍ରା ପୁସ୍ତକ 5 : 11 (IRVOR)
ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।”
ଯାତ୍ରା ପୁସ୍ତକ 5 : 12 (IRVOR)
ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
ଯାତ୍ରା ପୁସ୍ତକ 5 : 13 (IRVOR)
ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
ଯାତ୍ରା ପୁସ୍ତକ 5 : 14 (IRVOR)
ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?”
ଯାତ୍ରା ପୁସ୍ତକ 5 : 15 (IRVOR)
ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?”
ଯାତ୍ରା ପୁସ୍ତକ 5 : 16 (IRVOR)
ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
ଯାତ୍ରା ପୁସ୍ତକ 5 : 17 (IRVOR)
ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।
ଯାତ୍ରା ପୁସ୍ତକ 5 : 18 (IRVOR)
ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।
ଯାତ୍ରା ପୁସ୍ତକ 5 : 19 (IRVOR)
ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”
ଯାତ୍ରା ପୁସ୍ତକ 5 : 20 (IRVOR)
ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
ଯାତ୍ରା ପୁସ୍ତକ 5 : 21 (IRVOR)
ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
ଯାତ୍ରା ପୁସ୍ତକ 5 : 22 (IRVOR)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?
ଯାତ୍ରା ପୁସ୍ତକ 5 : 23 (IRVOR)
କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23