ଯାତ୍ରା ପୁସ୍ତକ 6 : 1 (IRVOR)
ଯାତ୍ରା ପୁସ୍ତକ 6 : 2 (IRVOR)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।” ମୋଶାଙ୍କୁ ପରମେଶ୍ୱରଙ୍କ ଆହ୍ୱାନ ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
ଯାତ୍ରା ପୁସ୍ତକ 6 : 3 (IRVOR)
ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର[* ଏଲ୍‍ସଦାଇ ] ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
ଯାତ୍ରା ପୁସ୍ତକ 6 : 4 (IRVOR)
ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
ଯାତ୍ରା ପୁସ୍ତକ 6 : 5 (IRVOR)
ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
ଯାତ୍ରା ପୁସ୍ତକ 6 : 6 (IRVOR)
ଏନିମନ୍ତେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
ଯାତ୍ରା ପୁସ୍ତକ 6 : 7 (IRVOR)
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”
ଯାତ୍ରା ପୁସ୍ତକ 6 : 8 (IRVOR)
ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।
ଯାତ୍ରା ପୁସ୍ତକ 6 : 9 (IRVOR)
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
ଯାତ୍ରା ପୁସ୍ତକ 6 : 10 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଯାତ୍ରା ପୁସ୍ତକ 6 : 11 (IRVOR)
“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।”
ଯାତ୍ରା ପୁସ୍ତକ 6 : 12 (IRVOR)
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”
ଯାତ୍ରା ପୁସ୍ତକ 6 : 13 (IRVOR)
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
ଯାତ୍ରା ପୁସ୍ତକ 6 : 14 (IRVOR)
ମୋଶା ଓ ହାରୋଣଙ୍କ ବଂଶାବଳୀ ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌‌ର ସନ୍ତାନ ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‌ର ବଂଶ।
ଯାତ୍ରା ପୁସ୍ତକ 6 : 15 (IRVOR)
ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
ଯାତ୍ରା ପୁସ୍ତକ 6 : 16 (IRVOR)
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
ଯାତ୍ରା ପୁସ୍ତକ 6 : 17 (IRVOR)
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନ ଲିବ୍‍ନି ଓ ଶିମୀୟି।
ଯାତ୍ରା ପୁସ୍ତକ 6 : 18 (IRVOR)
ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
ଯାତ୍ରା ପୁସ୍ତକ 6 : 19 (IRVOR)
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
ଯାତ୍ରା ପୁସ୍ତକ 6 : 20 (IRVOR)
ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
ଯାତ୍ରା ପୁସ୍ତକ 6 : 21 (IRVOR)
ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।
ଯାତ୍ରା ପୁସ୍ତକ 6 : 22 (IRVOR)
ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍‍ ଓ ସିଥ୍ରି।
ଯାତ୍ରା ପୁସ୍ତକ 6 : 23 (IRVOR)
ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
ଯାତ୍ରା ପୁସ୍ତକ 6 : 24 (IRVOR)
ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
ଯାତ୍ରା ପୁସ୍ତକ 6 : 25 (IRVOR)
ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
ଯାତ୍ରା ପୁସ୍ତକ 6 : 26 (IRVOR)
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
ଯାତ୍ରା ପୁସ୍ତକ 6 : 27 (IRVOR)
ଏମାନେ ମିସରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
ଯାତ୍ରା ପୁସ୍ତକ 6 : 28 (IRVOR)
ମୋଶା ଓ ହାରୋଣଙ୍କୁ ପରମେଶ୍ୱରଙ୍କ ଆଦେଶ ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
ଯାତ୍ରା ପୁସ୍ତକ 6 : 29 (IRVOR)
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ।”
ଯାତ୍ରା ପୁସ୍ତକ 6 : 30 (IRVOR)
ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30