ଯାତ୍ରା ପୁସ୍ତକ 8 : 1 (IRVOR)
ଦ୍ୱିତୀୟ ଦଣ୍ଡ - ବେଙ୍ଗ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
ଯାତ୍ରା ପୁସ୍ତକ 8 : 2 (IRVOR)
କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
ଯାତ୍ରା ପୁସ୍ତକ 8 : 3 (IRVOR)
ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
ଯାତ୍ରା ପୁସ୍ତକ 8 : 4 (IRVOR)
ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।”
ଯାତ୍ରା ପୁସ୍ତକ 8 : 5 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।”
ଯାତ୍ରା ପୁସ୍ତକ 8 : 6 (IRVOR)
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
ଯାତ୍ରା ପୁସ୍ତକ 8 : 7 (IRVOR)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
ଯାତ୍ରା ପୁସ୍ତକ 8 : 8 (IRVOR)
ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
ଯାତ୍ରା ପୁସ୍ତକ 8 : 9 (IRVOR)
ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
ଯାତ୍ରା ପୁସ୍ତକ 8 : 10 (IRVOR)
ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
ଯାତ୍ରା ପୁସ୍ତକ 8 : 11 (IRVOR)
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।
ଯାତ୍ରା ପୁସ୍ତକ 8 : 12 (IRVOR)
ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ଯାତ୍ରା ପୁସ୍ତକ 8 : 13 (IRVOR)
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
ଯାତ୍ରା ପୁସ୍ତକ 8 : 14 (IRVOR)
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
ଯାତ୍ରା ପୁସ୍ତକ 8 : 15 (IRVOR)
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
ଯାତ୍ରା ପୁସ୍ତକ 8 : 16 (IRVOR)
ତୃତୀୟ ଦଣ୍ଡ-ଉକୁଣିଆ ପୋକ ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।”
ଯାତ୍ରା ପୁସ୍ତକ 8 : 17 (IRVOR)
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
ଯାତ୍ରା ପୁସ୍ତକ 8 : 18 (IRVOR)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
ଯାତ୍ରା ପୁସ୍ତକ 8 : 19 (IRVOR)
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
ଯାତ୍ରା ପୁସ୍ତକ 8 : 20 (IRVOR)
ଚତୁର୍ଥ ଦଣ୍ଡ-ଦଂଶକାଦି ଝିଙ୍କ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
ଯାତ୍ରା ପୁସ୍ତକ 8 : 21 (IRVOR)
ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।
ଯାତ୍ରା ପୁସ୍ତକ 8 : 22 (IRVOR)
ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।”
ଯାତ୍ରା ପୁସ୍ତକ 8 : 23 (IRVOR)
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ* ଏବ୍ରୀୟ ଶବ୍ଦ ମୁକ୍ତ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।
ଯାତ୍ରା ପୁସ୍ତକ 8 : 24 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
ଯାତ୍ରା ପୁସ୍ତକ 8 : 25 (IRVOR)
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
ଯାତ୍ରା ପୁସ୍ତକ 8 : 26 (IRVOR)
ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ?
ଯାତ୍ରା ପୁସ୍ତକ 8 : 27 (IRVOR)
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
ଯାତ୍ରା ପୁସ୍ତକ 8 : 28 (IRVOR)
ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
ଯାତ୍ରା ପୁସ୍ତକ 8 : 29 (IRVOR)
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
ଯାତ୍ରା ପୁସ୍ତକ 8 : 30 (IRVOR)
ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ଯାତ୍ରା ପୁସ୍ତକ 8 : 31 (IRVOR)
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
ଯାତ୍ରା ପୁସ୍ତକ 8 : 32 (IRVOR)
ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
❮
❯