ଯାତ୍ରା ପୁସ୍ତକ 9 : 1 (IRVOR)
ପଞ୍ଚମ ଦଣ୍ଡ-ପଶୁ ମଡ଼କ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”
ଯାତ୍ରା ପୁସ୍ତକ 9 : 2 (IRVOR)
ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
ଯାତ୍ରା ପୁସ୍ତକ 9 : 3 (IRVOR)
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
ଯାତ୍ରା ପୁସ୍ତକ 9 : 4 (IRVOR)
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।
ଯାତ୍ରା ପୁସ୍ତକ 9 : 5 (IRVOR)
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।
ଯାତ୍ରା ପୁସ୍ତକ 9 : 6 (IRVOR)
ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
ଯାତ୍ରା ପୁସ୍ତକ 9 : 7 (IRVOR)
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
ଯାତ୍ରା ପୁସ୍ତକ 9 : 8 (IRVOR)
ଷଷ୍ଠ ଦଣ୍ଡ-ଦାହଯୁକ୍ତ ବଥ ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
ଯାତ୍ରା ପୁସ୍ତକ 9 : 9 (IRVOR)
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
ଯାତ୍ରା ପୁସ୍ତକ 9 : 10 (IRVOR)
ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
ଯାତ୍ରା ପୁସ୍ତକ 9 : 11 (IRVOR)
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
ଯାତ୍ରା ପୁସ୍ତକ 9 : 12 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
ଯାତ୍ରା ପୁସ୍ତକ 9 : 13 (IRVOR)
ସପ୍ତମ ଦଣ୍ଡ-ଶିଳା ବୃଷ୍ଟି ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
ଯାତ୍ରା ପୁସ୍ତକ 9 : 14 (IRVOR)
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
ଯାତ୍ରା ପୁସ୍ତକ 9 : 15 (IRVOR)
କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
ଯାତ୍ରା ପୁସ୍ତକ 9 : 16 (IRVOR)
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
ଯାତ୍ରା ପୁସ୍ତକ 9 : 17 (IRVOR)
ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
ଯାତ୍ରା ପୁସ୍ତକ 9 : 18 (IRVOR)
ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
ଯାତ୍ରା ପୁସ୍ତକ 9 : 19 (IRVOR)
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।”
ଯାତ୍ରା ପୁସ୍ତକ 9 : 20 (IRVOR)
ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
ଯାତ୍ରା ପୁସ୍ତକ 9 : 21 (IRVOR)
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
ଯାତ୍ରା ପୁସ୍ତକ 9 : 22 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।”
ଯାତ୍ରା ପୁସ୍ତକ 9 : 23 (IRVOR)
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।
ଯାତ୍ରା ପୁସ୍ତକ 9 : 24 (IRVOR)
ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
ଯାତ୍ରା ପୁସ୍ତକ 9 : 25 (IRVOR)
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
ଯାତ୍ରା ପୁସ୍ତକ 9 : 26 (IRVOR)
କେବଳ ଇସ୍ରାଏଲ ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
ଯାତ୍ରା ପୁସ୍ତକ 9 : 27 (IRVOR)
ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
ଯାତ୍ରା ପୁସ୍ତକ 9 : 28 (IRVOR)
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।
ଯାତ୍ରା ପୁସ୍ତକ 9 : 29 (IRVOR)
ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
ଯାତ୍ରା ପୁସ୍ତକ 9 : 30 (IRVOR)
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
ଯାତ୍ରା ପୁସ୍ତକ 9 : 31 (IRVOR)
ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
ଯାତ୍ରା ପୁସ୍ତକ 9 : 32 (IRVOR)
ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
ଯାତ୍ରା ପୁସ୍ତକ 9 : 33 (IRVOR)
ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
ଯାତ୍ରା ପୁସ୍ତକ 9 : 34 (IRVOR)
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
ଯାତ୍ରା ପୁସ୍ତକ 9 : 35 (IRVOR)
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
❮
❯