ଯିହିଜିକଲ 1 : 1 (IRVOR)
ବାବିଲରେ ଯିହିଜିକଲ ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
ଯିହିଜିକଲ 1 : 2 (IRVOR)
ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
ଯିହିଜିକଲ 1 : 3 (IRVOR)
କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
ଯିହିଜିକଲ 1 : 4 (IRVOR)
ସଦାପ୍ରଭୁଙ୍କର ଗୌରବର ଦର୍ଶନ ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
ଯିହିଜିକଲ 1 : 5 (IRVOR)
ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।
ଯିହିଜିକଲ 1 : 6 (IRVOR)
ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
ଯିହିଜିକଲ 1 : 7 (IRVOR)
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।
ଯିହିଜିକଲ 1 : 8 (IRVOR)
ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
ଯିହିଜିକଲ 1 : 9 (IRVOR)
ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।
ଯିହିଜିକଲ 1 : 10 (IRVOR)
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
ଯିହିଜିକଲ 1 : 11 (IRVOR)
ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
ଯିହିଜିକଲ 1 : 12 (IRVOR)
ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
ଯିହିଜିକଲ 1 : 13 (IRVOR)
ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।
ଯିହିଜିକଲ 1 : 14 (IRVOR)
ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
ଯିହିଜିକଲ 1 : 15 (IRVOR)
ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।
ଯିହିଜିକଲ 1 : 16 (IRVOR)
ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
ଯିହିଜିକଲ 1 : 17 (IRVOR)
ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
ଯିହିଜିକଲ 1 : 18 (IRVOR)
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
ଯିହିଜିକଲ 1 : 19 (IRVOR)
ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।
ଯିହିଜିକଲ 1 : 20 (IRVOR)
ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
ଯିହିଜିକଲ 1 : 21 (IRVOR)
ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
ଯିହିଜିକଲ 1 : 22 (IRVOR)
ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
ଯିହିଜିକଲ 1 : 23 (IRVOR)
ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।
ଯିହିଜିକଲ 1 : 24 (IRVOR)
ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
ଯିହିଜିକଲ 1 : 25 (IRVOR)
ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
ଯିହିଜିକଲ 1 : 26 (IRVOR)
ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା।
ଯିହିଜିକଲ 1 : 27 (IRVOR)
ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଉର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା।
ଯିହିଜିକଲ 1 : 28 (IRVOR)
ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28