ଯିହିଜିକଲ 2 : 1 (IRVOR)
ଯିହିଜିକଲଙ୍କ ଆହ୍ୱାନ ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
ଯିହିଜିକଲ 2 : 2 (IRVOR)
ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ’ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
ଯିହିଜିକଲ 2 : 3 (IRVOR)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
ଯିହିଜିକଲ 2 : 4 (IRVOR)
ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।
ଯିହିଜିକଲ 2 : 5 (IRVOR)
ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
ଯିହିଜିକଲ 2 : 6 (IRVOR)
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
ଯିହିଜିକଲ 2 : 7 (IRVOR)
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
ଯିହିଜିକଲ 2 : 8 (IRVOR)
ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
ଯିହିଜିକଲ 2 : 9 (IRVOR)
ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ’ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
ଯିହିଜିକଲ 2 : 10 (IRVOR)
ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

1 2 3 4 5 6 7 8 9 10