ଯିହିଜିକଲ 27 : 1 (IRVOR)
ସୋର ବିଷୟରେ ବିଳାପ ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ଯିହିଜିକଲ 27 : 2 (IRVOR)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
ଯିହିଜିକଲ 27 : 3 (IRVOR)
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,
ଯିହିଜିକଲ 27 : 4 (IRVOR)
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
ଯିହିଜିକଲ 27 : 5 (IRVOR)
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
ଯିହିଜିକଲ 27 : 6 (IRVOR)
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
ଯିହିଜିକଲ 27 : 7 (IRVOR)
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
ଯିହିଜିକଲ 27 : 8 (IRVOR)
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
ଯିହିଜିକଲ 27 : 9 (IRVOR)
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
ଯିହିଜିକଲ 27 : 10 (IRVOR)
ପାରସ୍ୟ, ଲୁଦ୍ ଓ ପୂଟ୍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
ଯିହିଜିକଲ 27 : 11 (IRVOR)
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ* ଗାମ୍ମାଦୀୟମାନେ କିମ୍ବା ଯୁଦ୍ଧବୀରମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
ଯିହିଜିକଲ 27 : 12 (IRVOR)
ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ୍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 13 (IRVOR)
ଯବନ, ତୁବଲ୍ ଓ ମେଶକ୍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 14 (IRVOR)
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 15 (IRVOR)
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
ଯିହିଜିକଲ 27 : 16 (IRVOR)
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 17 (IRVOR)
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 18 (IRVOR)
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
ଯିହିଜିକଲ 27 : 19 (IRVOR)
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍ ଓ ସୁଗନ୍ଧି ବଚ ଥିଲା।
ଯିହିଜିକଲ 27 : 20 (IRVOR)
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
ଯିହିଜିକଲ 27 : 21 (IRVOR)
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
ଯିହିଜିକଲ 27 : 22 (IRVOR)
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ଯିହିଜିକଲ 27 : 23 (IRVOR)
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍ ତୁମ୍ଭର ବ୍ୟବସାୟୀ ଥିଲେ।
ଯିହିଜିକଲ 27 : 24 (IRVOR)
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
ଯିହିଜିକଲ 27 : 25 (IRVOR)
ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
ଯିହିଜିକଲ 27 : 26 (IRVOR)
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
ଯିହିଜିକଲ 27 : 27 (IRVOR)
ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
ଯିହିଜିକଲ 27 : 28 (IRVOR)
ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
ଯିହିଜିକଲ 27 : 29 (IRVOR)
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,
ଯିହିଜିକଲ 27 : 30 (IRVOR)
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
ଯିହିଜିକଲ 27 : 31 (IRVOR)
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
ଯିହିଜିକଲ 27 : 32 (IRVOR)
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି ?
ଯିହିଜିକଲ 27 : 33 (IRVOR)
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
ଯିହିଜିକଲ 27 : 34 (IRVOR)
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
ଯିହିଜିକଲ 27 : 35 (IRVOR)
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି।
ଯିହିଜିକଲ 27 : 36 (IRVOR)
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36