ଯିହିଜିକଲ 30 : 1 (IRVOR)
ମିସରର ପତନ ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
ଯିହିଜିକଲ 30 : 2 (IRVOR)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ !
ଯିହିଜିକଲ 30 : 3 (IRVOR)
କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ।
ଯିହିଜିକଲ 30 : 4 (IRVOR)
ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି* ଧନସମ୍ପତ୍ତି କିମ୍ବା ଲୋକସମୂହକୁ ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
ଯିହିଜିକଲ 30 : 5 (IRVOR)
କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ମିତ୍ରଦେଶୀୟ ଆକ୍ଷରିକ ଭାବରେ ନିୟମର ଲୋକମାନେ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।”
ଯିହିଜିକଲ 30 : 6 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
ଯିହିଜିକଲ 30 : 7 (IRVOR)
ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
ଯିହିଜିକଲ 30 : 8 (IRVOR)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
ଯିହିଜିକଲ 30 : 9 (IRVOR)
ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
ଯିହିଜିକଲ 30 : 10 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।”
ଯିହିଜିକଲ 30 : 11 (IRVOR)
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
ଯିହିଜିକଲ 30 : 12 (IRVOR)
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
ଯିହିଜିକଲ 30 : 13 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
ଯିହିଜିକଲ 30 : 14 (IRVOR)
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
ଯିହିଜିକଲ 30 : 15 (IRVOR)
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
ଯିହିଜିକଲ 30 : 16 (IRVOR)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
ଯିହିଜିକଲ 30 : 17 (IRVOR)
ଓନ୍‍[‡ ଓନ୍‍ କିମ୍ବା ଆବେନ ] ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
ଯିହିଜିକଲ 30 : 18 (IRVOR)
ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
ଯିହିଜିକଲ 30 : 19 (IRVOR)
ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
ଯିହିଜିକଲ 30 : 20 (IRVOR)
ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ଯିହିଜିକଲ 30 : 21 (IRVOR)
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।”
ଯିହିଜିକଲ 30 : 22 (IRVOR)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
ଯିହିଜିକଲ 30 : 23 (IRVOR)
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
ଯିହିଜିକଲ 30 : 24 (IRVOR)
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
ଯିହିଜିକଲ 30 : 25 (IRVOR)
ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
ଯିହିଜିକଲ 30 : 26 (IRVOR)
ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26