ଯିହିଜିକଲ 31 : 1 (IRVOR)
ଫାରୋର ମୃତ୍ୟୁୁ ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
ଯିହିଜିକଲ 31 : 2 (IRVOR)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ ?
ଯିହିଜିକଲ 31 : 3 (IRVOR)
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
ଯିହିଜିକଲ 31 : 4 (IRVOR)
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
ଯିହିଜିକଲ 31 : 5 (IRVOR)
ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
ଯିହିଜିକଲ 31 : 6 (IRVOR)
ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
ଯିହିଜିକଲ 31 : 7 (IRVOR)
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
ଯିହିଜିକଲ 31 : 8 (IRVOR)
ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
ଯିହିଜିକଲ 31 : 9 (IRVOR)
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।”
ଯିହିଜିକଲ 31 : 10 (IRVOR)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
ଯିହିଜିକଲ 31 : 11 (IRVOR)
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
ଯିହିଜିକଲ 31 : 12 (IRVOR)
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
ଯିହିଜିକଲ 31 : 13 (IRVOR)
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
ଯିହିଜିକଲ 31 : 14 (IRVOR)
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।”
ଯିହିଜିକଲ 31 : 15 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।
ଯିହିଜିକଲ 31 : 16 (IRVOR)
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।
ଯିହିଜିକଲ 31 : 17 (IRVOR)
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ।
ଯିହିଜିକଲ 31 : 18 (IRVOR)
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18