ଯିହିଜିକଲ 34 : 1 (IRVOR)
{ଇସ୍ରାଏଲର ପାଳକଗଣ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ } ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
ଯିହିଜିକଲ 34 : 2 (IRVOR)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
ଯିହିଜିକଲ 34 : 3 (IRVOR)
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
ଯିହିଜିକଲ 34 : 4 (IRVOR)
ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।
ଯିହିଜିକଲ 34 : 5 (IRVOR)
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
ଯିହିଜିକଲ 34 : 6 (IRVOR)
ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
ଯିହିଜିକଲ 34 : 7 (IRVOR)
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
ଯିହିଜିକଲ 34 : 8 (IRVOR)
ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
ଯିହିଜିକଲ 34 : 9 (IRVOR)
ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
ଯିହିଜିକଲ 34 : 10 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
ଯିହିଜିକଲ 34 : 11 (IRVOR)
ଉତ୍ତମ ମେଷପାଳକ କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
ଯିହିଜିକଲ 34 : 12 (IRVOR)
କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
ଯିହିଜିକଲ 34 : 13 (IRVOR)
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
ଯିହିଜିକଲ 34 : 14 (IRVOR)
ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।
ଯିହିଜିକଲ 34 : 15 (IRVOR)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।”
ଯିହିଜିକଲ 34 : 16 (IRVOR)
“ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
ଯିହିଜିକଲ 34 : 17 (IRVOR)
ପୁଣି, ହେ ଆମ୍ଭର ପଲ,” ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।
ଯିହିଜିକଲ 34 : 18 (IRVOR)
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
ଯିହିଜିକଲ 34 : 19 (IRVOR)
ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।
ଯିହିଜିକଲ 34 : 20 (IRVOR)
ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।
ଯିହିଜିକଲ 34 : 21 (IRVOR)
ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
ଯିହିଜିକଲ 34 : 22 (IRVOR)
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
ଯିହିଜିକଲ 34 : 23 (IRVOR)
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
ଯିହିଜିକଲ 34 : 24 (IRVOR)
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
ଯିହିଜିକଲ 34 : 25 (IRVOR)
ପରମେଶ୍ୱରଙ୍କ ଶାନ୍ତିର ନିୟମ ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
ଯିହିଜିକଲ 34 : 26 (IRVOR)
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
ଯିହିଜିକଲ 34 : 27 (IRVOR)
ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
ଯିହିଜିକଲ 34 : 28 (IRVOR)
ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
ଯିହିଜିକଲ 34 : 29 (IRVOR)
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
ଯିହିଜିକଲ 34 : 30 (IRVOR)
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
ଯିହିଜିକଲ 34 : 31 (IRVOR)
“ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31