ଯିହିଜିକଲ 41 : 1 (IRVOR)
{ମନ୍ଦିର ଭିତର} [PS] ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।
ଯିହିଜିକଲ 41 : 2 (IRVOR)
ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।
ଯିହିଜିକଲ 41 : 3 (IRVOR)
ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।
ଯିହିଜିକଲ 41 : 4 (IRVOR)
ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”
ଯିହିଜିକଲ 41 : 5 (IRVOR)
ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।
ଯିହିଜିକଲ 41 : 6 (IRVOR)
ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।
ଯିହିଜିକଲ 41 : 7 (IRVOR)
ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।
ଯିହିଜିକଲ 41 : 8 (IRVOR)
ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରି ସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।
ଯିହିଜିକଲ 41 : 9 (IRVOR)
ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରି ସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।
ଯିହିଜିକଲ 41 : 10 (IRVOR)
କୋଠରି ସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।
ଯିହିଜିକଲ 41 : 11 (IRVOR)
ପୁଣି, ପାର୍ଶ୍ୱସ୍ଥ କୋଠରି ସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
ଯିହିଜିକଲ 41 : 12 (IRVOR)
ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।
ଯିହିଜିକଲ 41 : 13 (IRVOR)
ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
ଯିହିଜିକଲ 41 : 14 (IRVOR)
ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।
ଯିହିଜିକଲ 41 : 15 (IRVOR)
ଏଥିଉତ୍ତାରେ ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);
ଯିହିଜିକଲ 41 : 16 (IRVOR)
ଦ୍ୱାରର ସମ୍ମୁଖସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
ଯିହିଜିକଲ 41 : 17 (IRVOR)
ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)
ଯିହିଜିକଲ 41 : 18 (IRVOR)
ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।
ଯିହିଜିକଲ 41 : 19 (IRVOR)
ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।
ଯିହିଜିକଲ 41 : 20 (IRVOR)
ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।
ଯିହିଜିକଲ 41 : 21 (IRVOR)
ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା।
ଯିହିଜିକଲ 41 : 22 (IRVOR)
ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”
ଯିହିଜିକଲ 41 : 23 (IRVOR)
ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା।
ଯିହିଜିକଲ 41 : 24 (IRVOR)
ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।
ଯିହିଜିକଲ 41 : 25 (IRVOR)
ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।
ଯିହିଜିକଲ 41 : 26 (IRVOR)
ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: