ଯିହିଜିକଲ 47 : 1 (IRVOR)
ମନ୍ଦିରରୁ ନିର୍ଗତ ହେଉଥିବା ଝରଣା ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
ଯିହିଜିକଲ 47 : 2 (IRVOR)
ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
ଯିହିଜିକଲ 47 : 3 (IRVOR)
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
ଯିହିଜିକଲ 47 : 4 (IRVOR)
ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
ଯିହିଜିକଲ 47 : 5 (IRVOR)
ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
ଯିହିଜିକଲ 47 : 6 (IRVOR)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
ଯିହିଜିକଲ 47 : 7 (IRVOR)
ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
ଯିହିଜିକଲ 47 : 8 (IRVOR)
ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
ଯିହିଜିକଲ 47 : 9 (IRVOR)
ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
ଯିହିଜିକଲ 47 : 10 (IRVOR)
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
ଯିହିଜିକଲ 47 : 11 (IRVOR)
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
ଯିହିଜିକଲ 47 : 12 (IRVOR)
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।
ଯିହିଜିକଲ 47 : 13 (IRVOR)
ଜମିର ବିଭାଗ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
ଯିହିଜିକଲ 47 : 14 (IRVOR)
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
ଯିହିଜିକଲ 47 : 15 (IRVOR)
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
ଯିହିଜିକଲ 47 : 16 (IRVOR)
ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍।
ଯିହିଜିକଲ 47 : 17 (IRVOR)
ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
ଯିହିଜିକଲ 47 : 18 (IRVOR)
ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
ଯିହିଜିକଲ 47 : 19 (IRVOR)
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
ଯିହିଜିକଲ 47 : 20 (IRVOR)
ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
ଯିହିଜିକଲ 47 : 21 (IRVOR)
ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
ଯିହିଜିକଲ 47 : 22 (IRVOR)
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
ଯିହିଜିକଲ 47 : 23 (IRVOR)
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23