ଏଜ୍ରା 4 : 1 (IRVOR)
{ପୁନଃନିର୍ମାଣରେ ବିରୋଧ} [PS] ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।
ଏଜ୍ରା 4 : 2 (IRVOR)
ସେତେବେଳେ ସେମାନେ ଯିରୁବ୍ବାବିଲ୍‍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍‍ହଦ୍ଦୋନ୍‍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।” [PE][PS]
ଏଜ୍ରା 4 : 3 (IRVOR)
ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
ଏଜ୍ରା 4 : 4 (IRVOR)
ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,
ଏଜ୍ରା 4 : 5 (IRVOR)
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
ଏଜ୍ରା 4 : 6 (IRVOR)
ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ। [PS]
ଏଜ୍ରା 4 : 7 (IRVOR)
{ଅର୍ତ୍ତକ୍ଷସ୍ତର ପତ୍ର} [PS] ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
ଏଜ୍ରା 4 : 8 (IRVOR)
ରହୂମ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
ଏଜ୍ରା 4 : 9 (IRVOR)
ରହୂମ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
ଏଜ୍ରା 4 : 10 (IRVOR)
ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍‍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ। [PE][PS]
ଏଜ୍ରା 4 : 11 (IRVOR)
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
ଏଜ୍ରା 4 : 12 (IRVOR)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’
ଏଜ୍ରା 4 : 13 (IRVOR)
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
ଏଜ୍ରା 4 : 14 (IRVOR)
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ୍ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।
ଏଜ୍ରା 4 : 15 (IRVOR)
ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’
ଏଜ୍ରା 4 : 16 (IRVOR)
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ‘ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।’ ” [PE][PS]
ଏଜ୍ରା 4 : 17 (IRVOR)
ଏଥିରେ ରାଜା ମନ୍ତ୍ରୀ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।
ଏଜ୍ରା 4 : 18 (IRVOR)
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି।
ଏଜ୍ରା 4 : 19 (IRVOR)
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରା ଯାଇଅଛି।
ଏଜ୍ରା 4 : 20 (IRVOR)
ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
ଏଜ୍ରା 4 : 21 (IRVOR)
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
ଏଜ୍ରା 4 : 22 (IRVOR)
ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ ?” [PE][PS]
ଏଜ୍ରା 4 : 23 (IRVOR)
ତହିଁରେ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।
ଏଜ୍ରା 4 : 24 (IRVOR)
ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: