ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 1 (IRVOR)
ବିଶ୍ୱାସ ଅବା ମୋଶାଙ୍କ ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକତା ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 2 (IRVOR)
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 3 (IRVOR)
ତୁମ୍ଭେମାନେ କ'ଣ ଏପରି ନିର୍ବୋଧ ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 4 (IRVOR)
ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 5 (IRVOR)
ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 6 (IRVOR)
ଯେପରି ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 7 (IRVOR)
ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରାହାମଙ୍କର ସନ୍ତାନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 8 (IRVOR)
ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 9 (IRVOR)
ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ବାସର ପୁରୁଷ ଅବ୍ରାହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 10 (IRVOR)
ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 11 (IRVOR)
ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 12 (IRVOR)
ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 13 (IRVOR)
ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 14 (IRVOR)
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 15 (IRVOR)
ମୋଶାଙ୍କ ବ୍ୟବସ୍ଥା ଏବଂ ପ୍ରତିଜ୍ଞା ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 16 (IRVOR)
ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 17 (IRVOR)
ମୋହର ଭାବ ଏହି, ଯେଉଁ ନିୟମ ଈଶ୍ୱରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 18 (IRVOR)
କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 19 (IRVOR)
ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 20 (IRVOR)
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 21 (IRVOR)
ବ୍ୟବସ୍ଥାର ଉଦ୍ଦେଶ୍ୟ ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 22 (IRVOR)
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 23 (IRVOR)
ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 24 (IRVOR)
ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 25 (IRVOR)
କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧିନରେ ନାହୁଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 26 (IRVOR)
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 27 (IRVOR)
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 28 (IRVOR)
ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 29 (IRVOR)
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29