ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 1 (IRVOR)
ପୁତ୍ର ଏବଂ ଉତ୍ତରାଧିକାରୀ କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 2 (IRVOR)
କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 3 (IRVOR)
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 4 (IRVOR)
କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 5 (IRVOR)
ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 6 (IRVOR)
ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 7 (IRVOR)
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 8 (IRVOR)
{ଗାଲାତୀୟମାନଙ୍କ ନିମନ୍ତେ ପାଉଲଙ୍କ ଉଦ୍‍ବିଗ୍ନତା } ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 9 (IRVOR)
କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 10 (IRVOR)
ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 11 (IRVOR)
ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 12 (IRVOR)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 13 (IRVOR)
କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 14 (IRVOR)
ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ୱରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 15 (IRVOR)
ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 16 (IRVOR)
ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 17 (IRVOR)
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 18 (IRVOR)
କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍‍ଯୋଗୀ ହେବା ଭଲ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 19 (IRVOR)
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 20 (IRVOR)
ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 21 (IRVOR)
ହାଗାର ଓ ସାରାଙ୍କ ଉଦାହରଣ ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 22 (IRVOR)
କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 23 (IRVOR)
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 24 (IRVOR)
ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 25 (IRVOR)
ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 26 (IRVOR)
କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 27 (IRVOR)
ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।''
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 28 (IRVOR)
ହେ ଭାଇମାନେ, ତୁମ୍ଭେମାନେ ଇସ୍‍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 29 (IRVOR)
କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 30 (IRVOR)
ମାତ୍ର ଶାସ୍ତ୍ର କ'ଣ କୁହେ ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 31 (IRVOR)
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31