ଆଦି ପୁସ୍ତକ 11 : 1 (IRVOR)
{ବାବିଲ ଗଡ଼} [PS] ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।
ଆଦି ପୁସ୍ତକ 11 : 2 (IRVOR)
ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
ଆଦି ପୁସ୍ତକ 11 : 3 (IRVOR)
ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
ଆଦି ପୁସ୍ତକ 11 : 4 (IRVOR)
ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
ଆଦି ପୁସ୍ତକ 11 : 5 (IRVOR)
ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
ଆଦି ପୁସ୍ତକ 11 : 6 (IRVOR)
ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
ଆଦି ପୁସ୍ତକ 11 : 7 (IRVOR)
ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
ଆଦି ପୁସ୍ତକ 11 : 8 (IRVOR)
ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
ଆଦି ପୁସ୍ତକ 11 : 9 (IRVOR)
ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। [PS]
ଆଦି ପୁସ୍ତକ 11 : 10 (IRVOR)
{ଶେମଙ୍କ ବଂଶାବଳୀ} [PS] ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍‍ଷଦକୁ ଜାତ କଲା।
ଆଦି ପୁସ୍ତକ 11 : 11 (IRVOR)
ଅର୍ଫକ୍‍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
ଆଦି ପୁସ୍ତକ 11 : 12 (IRVOR)
ପୁଣି, ଅର୍ଫକ୍‍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
ଆଦି ପୁସ୍ତକ 11 : 13 (IRVOR)
ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍‍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 14 (IRVOR)
ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
ଆଦି ପୁସ୍ତକ 11 : 15 (IRVOR)
ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 16 (IRVOR)
ପୁଣି, ଏବର ଚୌତ୍ରିଶି ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
ଆଦି ପୁସ୍ତକ 11 : 17 (IRVOR)
ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 18 (IRVOR)
ପେଲଗ୍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
ଆଦି ପୁସ୍ତକ 11 : 19 (IRVOR)
ରୀୟୂର ଜନ୍ମ ଉତ୍ତାରେ ପେଲଗ୍ ଦୁଇଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 20 (IRVOR)
ରୀୟୂ ବତିଶି ବର୍ଷ ବୟସରେ ସରୁଗକୁ ଜାତ କଲା।
ଆଦି ପୁସ୍ତକ 11 : 21 (IRVOR)
ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 22 (IRVOR)
ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
ଆଦି ପୁସ୍ତକ 11 : 23 (IRVOR)
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 24 (IRVOR)
ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
ଆଦି ପୁସ୍ତକ 11 : 25 (IRVOR)
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
ଆଦି ପୁସ୍ତକ 11 : 26 (IRVOR)
ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା। [PS]
ଆଦି ପୁସ୍ତକ 11 : 27 (IRVOR)
{ତେରହଙ୍କ ବଂଶାବଳୀ} [PS] ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
ଆଦି ପୁସ୍ତକ 11 : 28 (IRVOR)
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
ଆଦି ପୁସ୍ତକ 11 : 29 (IRVOR)
ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା।
ଆଦି ପୁସ୍ତକ 11 : 30 (IRVOR)
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
ଆଦି ପୁସ୍ତକ 11 : 31 (IRVOR)
ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
ଆଦି ପୁସ୍ତକ 11 : 32 (IRVOR)
ପୁଣି, ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: