ଆଦି ପୁସ୍ତକ 12 : 1 (IRVOR)
{ଅବ୍ରାମଙ୍କୁ ପରମେଶ୍ୱରଙ୍କ ଆହ୍ୱାନ} [PS] ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
ଆଦି ପୁସ୍ତକ 12 : 2 (IRVOR)
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
ଆଦି ପୁସ୍ତକ 12 : 3 (IRVOR)
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
ଆଦି ପୁସ୍ତକ 12 : 4 (IRVOR)
ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।
ଆଦି ପୁସ୍ତକ 12 : 5 (IRVOR)
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
ଆଦି ପୁସ୍ତକ 12 : 6 (IRVOR)
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
ଆଦି ପୁସ୍ତକ 12 : 7 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
ଆଦି ପୁସ୍ତକ 12 : 8 (IRVOR)
ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
ଆଦି ପୁସ୍ତକ 12 : 9 (IRVOR)
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ। [PS]
ଆଦି ପୁସ୍ତକ 12 : 10 (IRVOR)
{ମିସରରେ ଅବ୍ରାମ} [PS] ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
ଆଦି ପୁସ୍ତକ 12 : 11 (IRVOR)
ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
ଆଦି ପୁସ୍ତକ 12 : 12 (IRVOR)
ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।
ଆଦି ପୁସ୍ତକ 12 : 13 (IRVOR)
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”
ଆଦି ପୁସ୍ତକ 12 : 14 (IRVOR)
ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ।
ଆଦି ପୁସ୍ତକ 12 : 15 (IRVOR)
ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
ଆଦି ପୁସ୍ତକ 12 : 16 (IRVOR)
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
ଆଦି ପୁସ୍ତକ 12 : 17 (IRVOR)
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
ଆଦି ପୁସ୍ତକ 12 : 18 (IRVOR)
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ?
ଆଦି ପୁସ୍ତକ 12 : 19 (IRVOR)
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
ଆଦି ପୁସ୍ତକ 12 : 20 (IRVOR)
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: