ଆଦି ପୁସ୍ତକ 15 : 1 (IRVOR)
ଅବ୍ରାମଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
ଆଦି ପୁସ୍ତକ 15 : 2 (IRVOR)
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”
ଆଦି ପୁସ୍ତକ 15 : 3 (IRVOR)
ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
ଆଦି ପୁସ୍ତକ 15 : 4 (IRVOR)
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
ଆଦି ପୁସ୍ତକ 15 : 5 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
ଆଦି ପୁସ୍ତକ 15 : 6 (IRVOR)
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
ଆଦି ପୁସ୍ତକ 15 : 7 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
ଆଦି ପୁସ୍ତକ 15 : 8 (IRVOR)
ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?”
ଆଦି ପୁସ୍ତକ 15 : 9 (IRVOR)
ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
ଆଦି ପୁସ୍ତକ 15 : 10 (IRVOR)
ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
ଆଦି ପୁସ୍ତକ 15 : 11 (IRVOR)
ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
ଆଦି ପୁସ୍ତକ 15 : 12 (IRVOR)
ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
ଆଦି ପୁସ୍ତକ 15 : 13 (IRVOR)
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
ଆଦି ପୁସ୍ତକ 15 : 14 (IRVOR)
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
ଆଦି ପୁସ୍ତକ 15 : 15 (IRVOR)
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
ଆଦି ପୁସ୍ତକ 15 : 16 (IRVOR)
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
ଆଦି ପୁସ୍ତକ 15 : 17 (IRVOR)
ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।
ଆଦି ପୁସ୍ତକ 15 : 18 (IRVOR)
ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
ଆଦି ପୁସ୍ତକ 15 : 19 (IRVOR)
ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ,
ଆଦି ପୁସ୍ତକ 15 : 20 (IRVOR)
ଆଦି ପୁସ୍ତକ 15 : 21 (IRVOR)
ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21