ଆଦି ପୁସ୍ତକ 23 : 1 (IRVOR)
ସାରାଙ୍କ ମୃତ୍ୟୁୁ ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
ଆଦି ପୁସ୍ତକ 23 : 2 (IRVOR)
ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
ଆଦି ପୁସ୍ତକ 23 : 3 (IRVOR)
ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍‍ର ସନ୍ତାନମାନଙ୍କୁ କହିଲେ,
ଆଦି ପୁସ୍ତକ 23 : 4 (IRVOR)
“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।”
ଆଦି ପୁସ୍ତକ 23 : 5 (IRVOR)
ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
ଆଦି ପୁସ୍ତକ 23 : 6 (IRVOR)
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
ଆଦି ପୁସ୍ତକ 23 : 7 (IRVOR)
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।
ଆଦି ପୁସ୍ତକ 23 : 8 (IRVOR)
ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
ଆଦି ପୁସ୍ତକ 23 : 9 (IRVOR)
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
ଆଦି ପୁସ୍ତକ 23 : 10 (IRVOR)
ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
ଆଦି ପୁସ୍ତକ 23 : 11 (IRVOR)
“ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
ଆଦି ପୁସ୍ତକ 23 : 12 (IRVOR)
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
ଆଦି ପୁସ୍ତକ 23 : 13 (IRVOR)
ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
ଆଦି ପୁସ୍ତକ 23 : 14 (IRVOR)
ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
ଆଦି ପୁସ୍ତକ 23 : 15 (IRVOR)
“ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା,* 4.5 କିଲୋଗ୍ରାମ୍ ରୂପା ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
ଆଦି ପୁସ୍ତକ 23 : 16 (IRVOR)
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
ଆଦି ପୁସ୍ତକ 23 : 17 (IRVOR)
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
ଆଦି ପୁସ୍ତକ 23 : 18 (IRVOR)
ଏହି ସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
ଆଦି ପୁସ୍ତକ 23 : 19 (IRVOR)
ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
ଆଦି ପୁସ୍ତକ 23 : 20 (IRVOR)
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20