ଆଦି ପୁସ୍ତକ 25 : 1 (IRVOR)
{ଅବ୍ରହାମଙ୍କ ମୃତ୍ୟୁୁ ଏବଂ ତାଙ୍କ ବଂଶଧର} [PS] ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
ଆଦି ପୁସ୍ତକ 25 : 2 (IRVOR)
ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
ଆଦି ପୁସ୍ତକ 25 : 3 (IRVOR)
ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
ଆଦି ପୁସ୍ତକ 25 : 4 (IRVOR)
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
ଆଦି ପୁସ୍ତକ 25 : 5 (IRVOR)
ଏଥିଉତ୍ତାରେ ଅବ୍ରହାମ ଇସ୍‍ହାକକୁ ଆପଣାର ସର୍ବସ୍ୱ ଦେଲେ।
ଆଦି ପୁସ୍ତକ 25 : 6 (IRVOR)
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
ଆଦି ପୁସ୍ତକ 25 : 7 (IRVOR)
ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତୋରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
ଆଦି ପୁସ୍ତକ 25 : 8 (IRVOR)
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
ଆଦି ପୁସ୍ତକ 25 : 9 (IRVOR)
ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
ଆଦି ପୁସ୍ତକ 25 : 10 (IRVOR)
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
ଆଦି ପୁସ୍ତକ 25 : 11 (IRVOR)
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ। [PS]
ଆଦି ପୁସ୍ତକ 25 : 12 (IRVOR)
{ଇଶ୍ମାୟେଲର ବଂଶଧର} [PS] ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
ଆଦି ପୁସ୍ତକ 25 : 13 (IRVOR)
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
ଆଦି ପୁସ୍ତକ 25 : 14 (IRVOR)
ମିଶ୍‍ମା ଓ ଦୂମା ଓ ମସା,
ଆଦି ପୁସ୍ତକ 25 : 15 (IRVOR)
ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।
ଆଦି ପୁସ୍ତକ 25 : 16 (IRVOR)
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
ଆଦି ପୁସ୍ତକ 25 : 17 (IRVOR)
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
ଆଦି ପୁସ୍ତକ 25 : 18 (IRVOR)
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା। [PS]
ଆଦି ପୁସ୍ତକ 25 : 19 (IRVOR)
{ଏଷୌ ଓ ଯାକୁବଙ୍କ ଜନ୍ମ} [PS] ଅବ୍ରହାମଙ୍କର ପୁତ୍ର ଇସ୍‍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‍ହାକଙ୍କୁ ଜାତ କଲେ;
ଆଦି ପୁସ୍ତକ 25 : 20 (IRVOR)
ସେହି ଇସ୍‍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
ଆଦି ପୁସ୍ତକ 25 : 21 (IRVOR)
ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
ଆଦି ପୁସ୍ତକ 25 : 22 (IRVOR)
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
ଆଦି ପୁସ୍ତକ 25 : 23 (IRVOR)
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
ଆଦି ପୁସ୍ତକ 25 : 24 (IRVOR)
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
ଆଦି ପୁସ୍ତକ 25 : 25 (IRVOR)
ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ [* ଅର୍ଥାତ୍ ଲୋମବ୍ୟାପ୍ତ] ଦିଆଗଲା।
ଆଦି ପୁସ୍ତକ 25 : 26 (IRVOR)
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ [† ଅର୍ଥାତ୍ ପଦାପହାରକ] ଦିଆଗଲା। ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। [PS]
ଆଦି ପୁସ୍ତକ 25 : 27 (IRVOR)
{ଏଷୌର ଜ୍ୟେଷ୍ଠାଧିକାର ବିକ୍ରୟ} [PS] ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।
ଆଦି ପୁସ୍ତକ 25 : 28 (IRVOR)
ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
ଆଦି ପୁସ୍ତକ 25 : 29 (IRVOR)
ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
ଆଦି ପୁସ୍ତକ 25 : 30 (IRVOR)
ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
ଆଦି ପୁସ୍ତକ 25 : 31 (IRVOR)
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
ଆଦି ପୁସ୍ତକ 25 : 32 (IRVOR)
ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?”
ଆଦି ପୁସ୍ତକ 25 : 33 (IRVOR)
ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
ଆଦି ପୁସ୍ତକ 25 : 34 (IRVOR)
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: