ଆଦି ପୁସ୍ତକ 29 : 1 (IRVOR)
ରାହେଲ ଓ ଲେୟାଙ୍କ ସହ ଯାକୁବଙ୍କ ବିବାହ ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
ଆଦି ପୁସ୍ତକ 29 : 2 (IRVOR)
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
ଆଦି ପୁସ୍ତକ 29 : 3 (IRVOR)
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
ଆଦି ପୁସ୍ତକ 29 : 4 (IRVOR)
ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
ଆଦି ପୁସ୍ତକ 29 : 5 (IRVOR)
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”
ଆଦି ପୁସ୍ତକ 29 : 6 (IRVOR)
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
ଆଦି ପୁସ୍ତକ 29 : 7 (IRVOR)
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
ଆଦି ପୁସ୍ତକ 29 : 8 (IRVOR)
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
ଆଦି ପୁସ୍ତକ 29 : 9 (IRVOR)
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
ଆଦି ପୁସ୍ତକ 29 : 10 (IRVOR)
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
ଆଦି ପୁସ୍ତକ 29 : 11 (IRVOR)
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
ଆଦି ପୁସ୍ତକ 29 : 12 (IRVOR)
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
ଆଦି ପୁସ୍ତକ 29 : 13 (IRVOR)
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
ଆଦି ପୁସ୍ତକ 29 : 14 (IRVOR)
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
ଆଦି ପୁସ୍ତକ 29 : 15 (IRVOR)
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।”
ଆଦି ପୁସ୍ତକ 29 : 16 (IRVOR)
ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
ଆଦି ପୁସ୍ତକ 29 : 17 (IRVOR)
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
ଆଦି ପୁସ୍ତକ 29 : 18 (IRVOR)
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
ଆଦି ପୁସ୍ତକ 29 : 19 (IRVOR)
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।”
ଆଦି ପୁସ୍ତକ 29 : 20 (IRVOR)
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
ଆଦି ପୁସ୍ତକ 29 : 21 (IRVOR)
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
ଆଦି ପୁସ୍ତକ 29 : 22 (IRVOR)
ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
ଆଦି ପୁସ୍ତକ 29 : 23 (IRVOR)
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
ଆଦି ପୁସ୍ତକ 29 : 24 (IRVOR)
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା।
ଆଦି ପୁସ୍ତକ 29 : 25 (IRVOR)
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”
ଆଦି ପୁସ୍ତକ 29 : 26 (IRVOR)
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
ଆଦି ପୁସ୍ତକ 29 : 27 (IRVOR)
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
ଆଦି ପୁସ୍ତକ 29 : 28 (IRVOR)
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା।
ଆଦି ପୁସ୍ତକ 29 : 29 (IRVOR)
ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକି ଦେଲା।
ଆଦି ପୁସ୍ତକ 29 : 30 (IRVOR)
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
ଆଦି ପୁସ୍ତକ 29 : 31 (IRVOR)
ଯାକୁବଙ୍କର ସନ୍ତାନସନ୍ତତି ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
ଆଦି ପୁସ୍ତକ 29 : 32 (IRVOR)
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”
ଆଦି ପୁସ୍ତକ 29 : 33 (IRVOR)
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
ଆଦି ପୁସ୍ତକ 29 : 34 (IRVOR)
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
ଆଦି ପୁସ୍ତକ 29 : 35 (IRVOR)
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35