ଆଦି ପୁସ୍ତକ 3 : 1 (IRVOR)
ମନୁଷ୍ୟର ଆଜ୍ଞା ଲଂଘନ ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
ଆଦି ପୁସ୍ତକ 3 : 2 (IRVOR)
ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
ଆଦି ପୁସ୍ତକ 3 : 3 (IRVOR)
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
ଆଦି ପୁସ୍ତକ 3 : 4 (IRVOR)
ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
ଆଦି ପୁସ୍ତକ 3 : 5 (IRVOR)
ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
ଆଦି ପୁସ୍ତକ 3 : 6 (IRVOR)
ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
ଆଦି ପୁସ୍ତକ 3 : 7 (IRVOR)
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
ଆଦି ପୁସ୍ତକ 3 : 8 (IRVOR)
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
ଆଦି ପୁସ୍ତକ 3 : 9 (IRVOR)
ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”
ଆଦି ପୁସ୍ତକ 3 : 10 (IRVOR)
ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
ଆଦି ପୁସ୍ତକ 3 : 11 (IRVOR)
ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
ଆଦି ପୁସ୍ତକ 3 : 12 (IRVOR)
ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
ଆଦି ପୁସ୍ତକ 3 : 13 (IRVOR)
ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
ଆଦି ପୁସ୍ତକ 3 : 14 (IRVOR)
ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
ଆଦି ପୁସ୍ତକ 3 : 15 (IRVOR)
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
ଆଦି ପୁସ୍ତକ 3 : 16 (IRVOR)
ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
ଆଦି ପୁସ୍ତକ 3 : 17 (IRVOR)
ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
ଆଦି ପୁସ୍ତକ 3 : 18 (IRVOR)
ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
ଆଦି ପୁସ୍ତକ 3 : 19 (IRVOR)
ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
ଆଦି ପୁସ୍ତକ 3 : 20 (IRVOR)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା* ଅର୍ଥାତ୍ ଜୀବନ ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
ଆଦି ପୁସ୍ତକ 3 : 21 (IRVOR)
ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
ଆଦି ପୁସ୍ତକ 3 : 22 (IRVOR)
ଆଦମ ଓ ହବା ଉଦ୍ୟାନରୁ ବିତାଡ଼ିତ ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
ଆଦି ପୁସ୍ତକ 3 : 23 (IRVOR)
ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
ଆଦି ପୁସ୍ତକ 3 : 24 (IRVOR)
ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24