ଆଦି ପୁସ୍ତକ 32 : 1 (IRVOR)
{ଯାକୁବ ଏଷୌଙ୍କୁ ଭେଟିବା ପାଇଁ ପ୍ରସ୍ତୁତି} [PS] ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
ଆଦି ପୁସ୍ତକ 32 : 2 (IRVOR)
ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”
ଆଦି ପୁସ୍ତକ 32 : 3 (IRVOR)
ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
ଆଦି ପୁସ୍ତକ 32 : 4 (IRVOR)
ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
ଆଦି ପୁସ୍ତକ 32 : 5 (IRVOR)
ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”
ଆଦି ପୁସ୍ତକ 32 : 6 (IRVOR)
ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
ଆଦି ପୁସ୍ତକ 32 : 7 (IRVOR)
ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
ଆଦି ପୁସ୍ତକ 32 : 8 (IRVOR)
“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”
ଆଦି ପୁସ୍ତକ 32 : 9 (IRVOR)
ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।
ଆଦି ପୁସ୍ତକ 32 : 10 (IRVOR)
ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
ଆଦି ପୁସ୍ତକ 32 : 11 (IRVOR)
ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
ଆଦି ପୁସ୍ତକ 32 : 12 (IRVOR)
ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”
ଆଦି ପୁସ୍ତକ 32 : 13 (IRVOR)
ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
ଆଦି ପୁସ୍ତକ 32 : 14 (IRVOR)
ଅର୍ଥାତ୍‍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ,
ଆଦି ପୁସ୍ତକ 32 : 15 (IRVOR)
ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
ଆଦି ପୁସ୍ତକ 32 : 16 (IRVOR)
ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
ଆଦି ପୁସ୍ତକ 32 : 17 (IRVOR)
ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ?
ଆଦି ପୁସ୍ତକ 32 : 18 (IRVOR)
ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”
ଆଦି ପୁସ୍ତକ 32 : 19 (IRVOR)
ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।”
ଆଦି ପୁସ୍ତକ 32 : 20 (IRVOR)
ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।”
ଆଦି ପୁସ୍ତକ 32 : 21 (IRVOR)
ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା। [PS]
ଆଦି ପୁସ୍ତକ 32 : 22 (IRVOR)
{ଈଶ୍ୱରଙ୍କ ସହ ଯାକୁବଙ୍କର ମଲ୍ଲଯୁଦ୍ଧ} [PS] ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।
ଆଦି ପୁସ୍ତକ 32 : 23 (IRVOR)
ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇ ଦେଲା।
ଆଦି ପୁସ୍ତକ 32 : 24 (IRVOR)
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
ଆଦି ପୁସ୍ତକ 32 : 25 (IRVOR)
ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।
ଆଦି ପୁସ୍ତକ 32 : 26 (IRVOR)
ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
ଆଦି ପୁସ୍ତକ 32 : 27 (IRVOR)
ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।”
ଆଦି ପୁସ୍ତକ 32 : 28 (IRVOR)
ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ [* ଯେ ପରମେଶ୍ଵରଙ୍କ ସହ ସଂଘର୍ଷ କରେ କିଅବା ପରମେଶ୍ବରଙ୍କ ସହିତ ସଂଘର୍ଷ କରିବା ବ୍ୟକ୍ତି] ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
ଆଦି ପୁସ୍ତକ 32 : 29 (IRVOR)
ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
ଆଦି ପୁସ୍ତକ 32 : 30 (IRVOR)
ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ [† ପରମେଶ୍ୱରଙ୍କ ମୁଖ] ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
ଆଦି ପୁସ୍ତକ 32 : 31 (IRVOR)
ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।
ଆଦି ପୁସ୍ତକ 32 : 32 (IRVOR)
ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: