ଆଦି ପୁସ୍ତକ 35 : 1 (IRVOR)
{ବୈଥଲରେ ଈଶ୍ୱରଙ୍କ ଯାକୁବଙ୍କୁ ଆଶୀର୍ବାଦ} [PS] ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
ଆଦି ପୁସ୍ତକ 35 : 2 (IRVOR)
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
ଆଦି ପୁସ୍ତକ 35 : 3 (IRVOR)
ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
ଆଦି ପୁସ୍ତକ 35 : 4 (IRVOR)
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।
ଆଦି ପୁସ୍ତକ 35 : 5 (IRVOR)
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
ଆଦି ପୁସ୍ତକ 35 : 6 (IRVOR)
ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।
ଆଦି ପୁସ୍ତକ 35 : 7 (IRVOR)
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ [* ବେଥେଲ୍‍ର ପରମେଶ୍ୱର] ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
ଆଦି ପୁସ୍ତକ 35 : 8 (IRVOR)
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ [† ଶୋକ ବୃକ୍ଷ] ହେଲା।
ଆଦି ପୁସ୍ତକ 35 : 9 (IRVOR)
ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
ଆଦି ପୁସ୍ତକ 35 : 10 (IRVOR)
ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।”
ଆଦି ପୁସ୍ତକ 35 : 11 (IRVOR)
ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
ଆଦି ପୁସ୍ତକ 35 : 12 (IRVOR)
ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍‍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
ଆଦି ପୁସ୍ତକ 35 : 13 (IRVOR)
ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଉର୍ଦ୍ଧ୍ୱଗମନ କଲେ।
ଆଦି ପୁସ୍ତକ 35 : 14 (IRVOR)
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
ଆଦି ପୁସ୍ତକ 35 : 15 (IRVOR)
ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ। [PS]
ଆଦି ପୁସ୍ତକ 35 : 16 (IRVOR)
{ରାହେଲଙ୍କ ମୃତ୍ୟୁୁ} [PS] ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବ ବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
ଆଦି ପୁସ୍ତକ 35 : 17 (IRVOR)
ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
ଆଦି ପୁସ୍ତକ 35 : 18 (IRVOR)
ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ [‡ ମୋ କଷ୍ଟଜାତର ପୁତ୍ର] ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ [§ ଡାହାଣ ହସ୍ତର ପୁତ୍ର] ରଖିଲେ।
ଆଦି ପୁସ୍ତକ 35 : 19 (IRVOR)
ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
ଆଦି ପୁସ୍ତକ 35 : 20 (IRVOR)
ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
ଆଦି ପୁସ୍ତକ 35 : 21 (IRVOR)
ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ। [PS]
ଆଦି ପୁସ୍ତକ 35 : 22 (IRVOR)
{ଯାକୁବଙ୍କ ପୁତ୍ରଗଣ} [PS] ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
ଆଦି ପୁସ୍ତକ 35 : 23 (IRVOR)
ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ୍, ଏମାନେ ଲେୟାର ସନ୍ତାନ;
ଆଦି ପୁସ୍ତକ 35 : 24 (IRVOR)
ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
ଆଦି ପୁସ୍ତକ 35 : 25 (IRVOR)
ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;
ଆଦି ପୁସ୍ତକ 35 : 26 (IRVOR)
ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ। ଇସ୍‍ହାକଙ୍କ ମୃତ୍ୟୁୁ [PE][PS]
ଆଦି ପୁସ୍ତକ 35 : 27 (IRVOR)
ଏଥିଉତ୍ତାରେ କିରୀୟଥ୍‍-ଅର୍ବ, ଅର୍ଥାତ୍‍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍‍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍‍ହାକ ନିକଟରେ ଉପସ୍ଥିତ ହେଲେ।
ଆଦି ପୁସ୍ତକ 35 : 28 (IRVOR)
ଇସ୍‍ହାକଙ୍କର ଆୟୁର ପରିମାଣ ଏକଶହ ଅଶୀ ବର୍ଷ ଥିଲା।
ଆଦି ପୁସ୍ତକ 35 : 29 (IRVOR)
ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: