ଆଦି ପୁସ୍ତକ 36 : 1 (IRVOR)
{ଏଷୌଙ୍କ ବଂଶଧର} [PS] ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।
ଆଦି ପୁସ୍ତକ 36 : 2 (IRVOR)
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,
ଆଦି ପୁସ୍ତକ 36 : 3 (IRVOR)
ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।
ଆଦି ପୁସ୍ତକ 36 : 4 (IRVOR)
ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।
ଆଦି ପୁସ୍ତକ 36 : 5 (IRVOR)
ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
ଆଦି ପୁସ୍ତକ 36 : 6 (IRVOR)
ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
ଆଦି ପୁସ୍ତକ 36 : 7 (IRVOR)
ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
ଆଦି ପୁସ୍ତକ 36 : 8 (IRVOR)
ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।
ଆଦି ପୁସ୍ତକ 36 : 9 (IRVOR)
ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
ଆଦି ପୁସ୍ତକ 36 : 10 (IRVOR)
ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍‍ ଓ ବାସମତ୍‍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
ଆଦି ପୁସ୍ତକ 36 : 11 (IRVOR)
ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।
ଆଦି ପୁସ୍ତକ 36 : 12 (IRVOR)
ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
ଆଦି ପୁସ୍ତକ 36 : 13 (IRVOR)
ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।
ଆଦି ପୁସ୍ତକ 36 : 14 (IRVOR)
ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
ଆଦି ପୁସ୍ତକ 36 : 15 (IRVOR)
ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍‍, ତାହାର ପୁତ୍ର ରାଜା ତୈମନ୍‍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍‍
ଆଦି ପୁସ୍ତକ 36 : 16 (IRVOR)
ଓ ରାଜା କୋରହ ଓ ରାଜା ଗୟିତମ୍‍ ଓ ରାଜା ଅମାଲେକ୍‍; ଇଦୋମ ଦେଶରେ ଇଲୀଫସ୍‍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
ଆଦି ପୁସ୍ତକ 36 : 17 (IRVOR)
ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍‍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ ଥିଲେ।
ଆଦି ପୁସ୍ତକ 36 : 18 (IRVOR)
ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
ଆଦି ପୁସ୍ତକ 36 : 19 (IRVOR)
ଏମାନେ ଏଷୌର, ଅର୍ଥାତ୍‍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା। [PS]
ଆଦି ପୁସ୍ତକ 36 : 20 (IRVOR)
{ସେୟୀରଙ୍କ ବଂଶଧର} [PS] (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା
ଆଦି ପୁସ୍ତକ 36 : 21 (IRVOR)
ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
ଆଦି ପୁସ୍ତକ 36 : 22 (IRVOR)
ଲୋଟନ୍‌ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
ଆଦି ପୁସ୍ତକ 36 : 23 (IRVOR)
ପୁଣି, ଶୋବଲ୍‍ର ପୁତ୍ରଗଣ ଅବଲନ୍‍ ଓ ମାନହତ୍‍ ଓ ଏବଲ୍‍ ଓ ଶଫୋ ଓ ଓନମ୍‍।
ଆଦି ପୁସ୍ତକ 36 : 24 (IRVOR)
ପୁଣି, ସିବୀୟୋନ୍‌ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
ଆଦି ପୁସ୍ତକ 36 : 25 (IRVOR)
ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।
ଆଦି ପୁସ୍ତକ 36 : 26 (IRVOR)
ପୁଣି, ଦିଶୋନ୍‍ର ପୁତ୍ର ହିମ୍‍ଦନ୍‍ ଓ ଇଶବନ୍‍ ଓ ଯିତ୍ରନ୍‍ ଓ କରାନ୍‍।
ଆଦି ପୁସ୍ତକ 36 : 27 (IRVOR)
ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।
ଆଦି ପୁସ୍ତକ 36 : 28 (IRVOR)
ପୁଣି, ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
ଆଦି ପୁସ୍ତକ 36 : 29 (IRVOR)
ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍‍ ଓ ରାଜା ଶୋବଲ୍‍ ଓ ରାଜା ସିବୀୟୋନ୍‍ ଓ ରାଜା ଅନା
ଆଦି ପୁସ୍ତକ 36 : 30 (IRVOR)
ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ। [PS]
ଆଦି ପୁସ୍ତକ 36 : 31 (IRVOR)
{ଇଦୋମର ରାଜାଗଣ} [PS] ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
ଆଦି ପୁସ୍ତକ 36 : 32 (IRVOR)
ବିୟୋରର ବେଲା ନାମକ ପୁତ୍ର ଇଦୋମ୍‍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍‍ହାବା।
ଆଦି ପୁସ୍ତକ 36 : 33 (IRVOR)
ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।
ଆଦି ପୁସ୍ତକ 36 : 34 (IRVOR)
ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
ଆଦି ପୁସ୍ତକ 36 : 35 (IRVOR)
ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।
ଆଦି ପୁସ୍ତକ 36 : 36 (IRVOR)
ହଦଦ୍‍ର ମରଣ ଉତ୍ତାରେ ମସ୍ରେକାନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।
ଆଦି ପୁସ୍ତକ 36 : 37 (IRVOR)
ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
ଆଦି ପୁସ୍ତକ 36 : 38 (IRVOR)
ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।
ଆଦି ପୁସ୍ତକ 36 : 39 (IRVOR)
ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
ଆଦି ପୁସ୍ତକ 36 : 40 (IRVOR)
ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।
ଆଦି ପୁସ୍ତକ 36 : 41 (IRVOR)
ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍‍
ଆଦି ପୁସ୍ତକ 36 : 42 (IRVOR)
ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
ଆଦି ପୁସ୍ତକ 36 : 43 (IRVOR)
ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: