ଆଦି ପୁସ୍ତକ 4 : 1 (IRVOR)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
ଆଦି ପୁସ୍ତକ 4 : 2 (IRVOR)
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
ଆଦି ପୁସ୍ତକ 4 : 3 (IRVOR)
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
ଆଦି ପୁସ୍ତକ 4 : 4 (IRVOR)
ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
ଆଦି ପୁସ୍ତକ 4 : 5 (IRVOR)
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
ଆଦି ପୁସ୍ତକ 4 : 6 (IRVOR)
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ?
ଆଦି ପୁସ୍ତକ 4 : 7 (IRVOR)
ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
ଆଦି ପୁସ୍ତକ 4 : 8 (IRVOR)
ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
ଆଦି ପୁସ୍ତକ 4 : 9 (IRVOR)
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
ଆଦି ପୁସ୍ତକ 4 : 10 (IRVOR)
ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
ଆଦି ପୁସ୍ତକ 4 : 11 (IRVOR)
ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
ଆଦି ପୁସ୍ତକ 4 : 12 (IRVOR)
ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
ଆଦି ପୁସ୍ତକ 4 : 13 (IRVOR)
କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
ଆଦି ପୁସ୍ତକ 4 : 14 (IRVOR)
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
ଆଦି ପୁସ୍ତକ 4 : 15 (IRVOR)
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
ଆଦି ପୁସ୍ତକ 4 : 16 (IRVOR)
ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
ଆଦି ପୁସ୍ତକ 4 : 17 (IRVOR)
କୟିନଙ୍କର ବଂଶଧର ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
ଆଦି ପୁସ୍ତକ 4 : 18 (IRVOR)
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
ଆଦି ପୁସ୍ତକ 4 : 19 (IRVOR)
ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
ଆଦି ପୁସ୍ତକ 4 : 20 (IRVOR)
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
ଆଦି ପୁସ୍ତକ 4 : 21 (IRVOR)
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
ଆଦି ପୁସ୍ତକ 4 : 22 (IRVOR)
ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
ଆଦି ପୁସ୍ତକ 4 : 23 (IRVOR)
ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
ଆଦି ପୁସ୍ତକ 4 : 24 (IRVOR)
ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
ଆଦି ପୁସ୍ତକ 4 : 25 (IRVOR)
ଶେଥ ଓ ଈନୋଶ ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
ଆଦି ପୁସ୍ତକ 4 : 26 (IRVOR)
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26