ଆଦି ପୁସ୍ତକ 40 : 1 (IRVOR)
ସ୍ୱପ୍ନର ଅର୍ଥ ପ୍ରକାଶ ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ର ବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
ଆଦି ପୁସ୍ତକ 40 : 2 (IRVOR)
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ର ବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
ଆଦି ପୁସ୍ତକ 40 : 3 (IRVOR)
ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
ଆଦି ପୁସ୍ତକ 40 : 4 (IRVOR)
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।
ଆଦି ପୁସ୍ତକ 40 : 5 (IRVOR)
ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
ଆଦି ପୁସ୍ତକ 40 : 6 (IRVOR)
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
ଆଦି ପୁସ୍ତକ 40 : 7 (IRVOR)
ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି ?”
ଆଦି ପୁସ୍ତକ 40 : 8 (IRVOR)
ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
ଆଦି ପୁସ୍ତକ 40 : 9 (IRVOR)
ତହୁଁ ପ୍ରଧାନ ପାନପାତ୍ର ବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋ’ ସମ୍ମୁଖରେ ଥିଲା,
ଆଦି ପୁସ୍ତକ 40 : 10 (IRVOR)
ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।
ଆଦି ପୁସ୍ତକ 40 : 11 (IRVOR)
ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”
ଆଦି ପୁସ୍ତକ 40 : 12 (IRVOR)
ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।”
ଆଦି ପୁସ୍ତକ 40 : 13 (IRVOR)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
ଆଦି ପୁସ୍ତକ 40 : 14 (IRVOR)
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋ’ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
ଆଦି ପୁସ୍ତକ 40 : 15 (IRVOR)
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।
ଆଦି ପୁସ୍ତକ 40 : 16 (IRVOR)
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋ’ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
ଆଦି ପୁସ୍ତକ 40 : 17 (IRVOR)
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
ଆଦି ପୁସ୍ତକ 40 : 18 (IRVOR)
ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।”
ଆଦି ପୁସ୍ତକ 40 : 19 (IRVOR)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।
ଆଦି ପୁସ୍ତକ 40 : 20 (IRVOR)
ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
ଆଦି ପୁସ୍ତକ 40 : 21 (IRVOR)
ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
ଆଦି ପୁସ୍ତକ 40 : 22 (IRVOR)
ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
ଆଦି ପୁସ୍ତକ 40 : 23 (IRVOR)
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23