ଆଦି ପୁସ୍ତକ 41 : 1 (IRVOR)
ଯୋଷେଫଙ୍କ ରାଜାଙ୍କ ସ୍ୱପ୍ନର ଅର୍ଥ ପ୍ରକାଶ ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।
ଆଦି ପୁସ୍ତକ 41 : 2 (IRVOR)
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
ଆଦି ପୁସ୍ତକ 41 : 3 (IRVOR)
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।
ଆଦି ପୁସ୍ତକ 41 : 4 (IRVOR)
ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
ଆଦି ପୁସ୍ତକ 41 : 5 (IRVOR)
ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ* ଶଣ୍ଢାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।
ଆଦି ପୁସ୍ତକ 41 : 6 (IRVOR)
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।
ଆଦି ପୁସ୍ତକ 41 : 7 (IRVOR)
ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା।
ଆଦି ପୁସ୍ତକ 41 : 8 (IRVOR)
ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
ଆଦି ପୁସ୍ତକ 41 : 9 (IRVOR)
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
ଆଦି ପୁସ୍ତକ 41 : 10 (IRVOR)
ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ।
ଆଦି ପୁସ୍ତକ 41 : 11 (IRVOR)
ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।
ଆଦି ପୁସ୍ତକ 41 : 12 (IRVOR)
ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, “ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
ଆଦି ପୁସ୍ତକ 41 : 13 (IRVOR)
ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”
ଆଦି ପୁସ୍ତକ 41 : 14 (IRVOR)
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
ଆଦି ପୁସ୍ତକ 41 : 15 (IRVOR)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।”
ଆଦି ପୁସ୍ତକ 41 : 16 (IRVOR)
ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
ଆଦି ପୁସ୍ତକ 41 : 17 (IRVOR)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।”
ଆଦି ପୁସ୍ତକ 41 : 18 (IRVOR)
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
ଆଦି ପୁସ୍ତକ 41 : 19 (IRVOR)
ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।
ଆଦି ପୁସ୍ତକ 41 : 20 (IRVOR)
ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।
ଆଦି ପୁସ୍ତକ 41 : 21 (IRVOR)
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।
ଆଦି ପୁସ୍ତକ 41 : 22 (IRVOR)
ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।
ଆଦି ପୁସ୍ତକ 41 : 23 (IRVOR)
ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା।
ଆଦି ପୁସ୍ତକ 41 : 24 (IRVOR)
ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।
ଆଦି ପୁସ୍ତକ 41 : 25 (IRVOR)
ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।”
ଆଦି ପୁସ୍ତକ 41 : 26 (IRVOR)
ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
ଆଦି ପୁସ୍ତକ 41 : 27 (IRVOR)
ତହିଁ ପଶ୍ଚାତ୍‍ ଉତ୍‍ଥିତ ସେହି ସାତୁଟା କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।
ଆଦି ପୁସ୍ତକ 41 : 28 (IRVOR)
ମୁଁ ଫାରୋଙ୍କୁ କହିଅଛି-ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି।
ଆଦି ପୁସ୍ତକ 41 : 29 (IRVOR)
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
ଆଦି ପୁସ୍ତକ 41 : 30 (IRVOR)
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
ଆଦି ପୁସ୍ତକ 41 : 31 (IRVOR)
ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।
ଆଦି ପୁସ୍ତକ 41 : 32 (IRVOR)
ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
ଆଦି ପୁସ୍ତକ 41 : 33 (IRVOR)
ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
ଆଦି ପୁସ୍ତକ 41 : 34 (IRVOR)
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।
ଆଦି ପୁସ୍ତକ 41 : 35 (IRVOR)
ଅର୍ଥାତ୍‍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।
ଆଦି ପୁସ୍ତକ 41 : 36 (IRVOR)
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।
ଆଦି ପୁସ୍ତକ 41 : 37 (IRVOR)
ମିସରର ଶାସକ ଯୋଷେଫ ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।
ଆଦି ପୁସ୍ତକ 41 : 38 (IRVOR)
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
ଆଦି ପୁସ୍ତକ 41 : 39 (IRVOR)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
ଆଦି ପୁସ୍ତକ 41 : 40 (IRVOR)
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
ଆଦି ପୁସ୍ତକ 41 : 41 (IRVOR)
ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”
ଆଦି ପୁସ୍ତକ 41 : 42 (IRVOR)
ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
ଆଦି ପୁସ୍ତକ 41 : 43 (IRVOR)
ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
ଆଦି ପୁସ୍ତକ 41 : 44 (IRVOR)
ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”
ଆଦି ପୁସ୍ତକ 41 : 45 (IRVOR)
ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍‍-ପାନେହ ରଖିଲେ; ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
ଆଦି ପୁସ୍ତକ 41 : 46 (IRVOR)
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।
ଆଦି ପୁସ୍ତକ 41 : 47 (IRVOR)
ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
ଆଦି ପୁସ୍ତକ 41 : 48 (IRVOR)
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ।
ଆଦି ପୁସ୍ତକ 41 : 49 (IRVOR)
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।
ଆଦି ପୁସ୍ତକ 41 : 50 (IRVOR)
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।
ଆଦି ପୁସ୍ତକ 41 : 51 (IRVOR)
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ବିସ୍ମୃତି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
ଆଦି ପୁସ୍ତକ 41 : 52 (IRVOR)
ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ଫଳବାନ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
ଆଦି ପୁସ୍ତକ 41 : 53 (IRVOR)
ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।
ଆଦି ପୁସ୍ତକ 41 : 54 (IRVOR)
ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
ଆଦି ପୁସ୍ତକ 41 : 55 (IRVOR)
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।
ଆଦି ପୁସ୍ତକ 41 : 56 (IRVOR)
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।
ଆଦି ପୁସ୍ତକ 41 : 57 (IRVOR)
ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57