ଆଦି ପୁସ୍ତକ 44 : 1 (IRVOR)
ହଜିଲା ପାନପାତ୍ର ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।
ଆଦି ପୁସ୍ତକ 44 : 2 (IRVOR)
ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।
ଆଦି ପୁସ୍ତକ 44 : 3 (IRVOR)
ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।
ଆଦି ପୁସ୍ତକ 44 : 4 (IRVOR)
ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ?
ଆଦି ପୁସ୍ତକ 44 : 5 (IRVOR)
ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।”
ଆଦି ପୁସ୍ତକ 44 : 6 (IRVOR)
ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।
ଆଦି ପୁସ୍ତକ 44 : 7 (IRVOR)
ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।
ଆଦି ପୁସ୍ତକ 44 : 8 (IRVOR)
ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ ?
ଆଦି ପୁସ୍ତକ 44 : 9 (IRVOR)
ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।
ଆଦି ପୁସ୍ତକ 44 : 10 (IRVOR)
ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”
ଆଦି ପୁସ୍ତକ 44 : 11 (IRVOR)
ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।
ଆଦି ପୁସ୍ତକ 44 : 12 (IRVOR)
ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।
ଆଦି ପୁସ୍ତକ 44 : 13 (IRVOR)
ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ।
ଆଦି ପୁସ୍ତକ 44 : 14 (IRVOR)
ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।
ଆଦି ପୁସ୍ତକ 44 : 15 (IRVOR)
ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?”
ଆଦି ପୁସ୍ତକ 44 : 16 (IRVOR)
ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
ଆଦି ପୁସ୍ତକ 44 : 17 (IRVOR)
ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।”
ଆଦି ପୁସ୍ତକ 44 : 18 (IRVOR)
ଯିହୁଦାଙ୍କ ବିନ୍ୟାମୀନ୍ ପାଇଁ ଅଳି ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।”
ଆଦି ପୁସ୍ତକ 44 : 19 (IRVOR)
ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, “ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି ?”
ଆଦି ପୁସ୍ତକ 44 : 20 (IRVOR)
ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।
ଆଦି ପୁସ୍ତକ 44 : 21 (IRVOR)
ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।”
ଆଦି ପୁସ୍ତକ 44 : 22 (IRVOR)
ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, “ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।”
ଆଦି ପୁସ୍ତକ 44 : 23 (IRVOR)
ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।”
ଆଦି ପୁସ୍ତକ 44 : 24 (IRVOR)
ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
ଆଦି ପୁସ୍ତକ 44 : 25 (IRVOR)
ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।”
ଆଦି ପୁସ୍ତକ 44 : 26 (IRVOR)
ତହିଁରେ ଆମ୍ଭେମାନେ କହିଲୁ, “ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।”
ଆଦି ପୁସ୍ତକ 44 : 27 (IRVOR)
ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।”
ଆଦି ପୁସ୍ତକ 44 : 28 (IRVOR)
ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।”
ଆଦି ପୁସ୍ତକ 44 : 29 (IRVOR)
ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ମୃତ୍ୟୁୁ ମୁଖରେ ପକାଇବ।
ଆଦି ପୁସ୍ତକ 44 : 30 (IRVOR)
ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‍କ୍ଷଣାତ୍‍ ମରିଯିବେ।
ଆଦି ପୁସ୍ତକ 44 : 31 (IRVOR)
କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।
ଆଦି ପୁସ୍ତକ 44 : 32 (IRVOR)
ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।
ଆଦି ପୁସ୍ତକ 44 : 33 (IRVOR)
ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇ ଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।
ଆଦି ପୁସ୍ତକ 44 : 34 (IRVOR)
କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34