ଆଦି ପୁସ୍ତକ 46 : 1 (IRVOR)
ସପରିବାରେ ଯାକୁବଙ୍କ ମିସର ଯାତ୍ରା ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
ଆଦି ପୁସ୍ତକ 46 : 2 (IRVOR)
ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
ଆଦି ପୁସ୍ତକ 46 : 3 (IRVOR)
ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
ଆଦି ପୁସ୍ତକ 46 : 4 (IRVOR)
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
ଆଦି ପୁସ୍ତକ 46 : 5 (IRVOR)
ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।
ଆଦି ପୁସ୍ତକ 46 : 6 (IRVOR)
ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
ଆଦି ପୁସ୍ତକ 46 : 7 (IRVOR)
ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
ଆଦି ପୁସ୍ତକ 46 : 8 (IRVOR)
ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।
ଆଦି ପୁସ୍ତକ 46 : 9 (IRVOR)
ରୁବେନ୍‌ର ପୁତ୍ର ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି।
ଆଦି ପୁସ୍ତକ 46 : 10 (IRVOR)
ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
ଆଦି ପୁସ୍ତକ 46 : 11 (IRVOR)
ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
ଆଦି ପୁସ୍ତକ 46 : 12 (IRVOR)
ଯିହୁଦାର ପୁତ୍ର ଏର୍‍, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର୍‍ ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
ଆଦି ପୁସ୍ତକ 46 : 13 (IRVOR)
ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।
ଆଦି ପୁସ୍ତକ 46 : 14 (IRVOR)
ସବୂଲୂନର ପୁତ୍ର ସେରଦ, ଏଲୋନ୍‍ ଓ ଯହଲେଲ।
ଆଦି ପୁସ୍ତକ 46 : 15 (IRVOR)
ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
ଆଦି ପୁସ୍ତକ 46 : 16 (IRVOR)
ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦୀ ଓ ଅରେଲୀ।
ଆଦି ପୁସ୍ତକ 46 : 17 (IRVOR)
ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।
ଆଦି ପୁସ୍ତକ 46 : 18 (IRVOR)
ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
ଆଦି ପୁସ୍ତକ 46 : 19 (IRVOR)
ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।
ଆଦି ପୁସ୍ତକ 46 : 20 (IRVOR)
ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
ଆଦି ପୁସ୍ତକ 46 : 21 (IRVOR)
ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍‍ପୀମ, ହୁପ୍‍ପୀମ୍‍ ଓ ଅର୍ଦ।
ଆଦି ପୁସ୍ତକ 46 : 22 (IRVOR)
ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
ଆଦି ପୁସ୍ତକ 46 : 23 (IRVOR)
ଆଉ ଦାନ୍‌ର ପୁତ୍ର ହୂଶୀମ୍‍।
ଆଦି ପୁସ୍ତକ 46 : 24 (IRVOR)
ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।
ଆଦି ପୁସ୍ତକ 46 : 25 (IRVOR)
ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
ଆଦି ପୁସ୍ତକ 46 : 26 (IRVOR)
ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
ଆଦି ପୁସ୍ତକ 46 : 27 (IRVOR)
ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
ଆଦି ପୁସ୍ତକ 46 : 28 (IRVOR)
ଯାକୁବ ଓ ଯୋଷେଫଙ୍କ ପୁନର୍ମିଳନ ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
ଆଦି ପୁସ୍ତକ 46 : 29 (IRVOR)
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
ଆଦି ପୁସ୍ତକ 46 : 30 (IRVOR)
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
ଆଦି ପୁସ୍ତକ 46 : 31 (IRVOR)
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋ’ ନିକଟକୁ ଆସିଅଛନ୍ତି।”
ଆଦି ପୁସ୍ତକ 46 : 32 (IRVOR)
ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।
ଆଦି ପୁସ୍ତକ 46 : 33 (IRVOR)
ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ ? ଏ କଥା ଯେତେବେଳେ ପଚାରିବେ,
ଆଦି ପୁସ୍ତକ 46 : 34 (IRVOR)
ସେତେବେଳେ ତୁମ୍ଭେମାନେ କହିବ, “ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34