ଆଦି ପୁସ୍ତକ 47 : 1 (IRVOR)
{ଗୋଶନରେ ଯାକୁବଙ୍କ ପରିବାରର ପୁନର୍ବାସ} [PS] ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋ’ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
ଆଦି ପୁସ୍ତକ 47 : 2 (IRVOR)
ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
ଆଦି ପୁସ୍ତକ 47 : 3 (IRVOR)
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
ଆଦି ପୁସ୍ତକ 47 : 4 (IRVOR)
ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରି ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
ଆଦି ପୁସ୍ତକ 47 : 5 (IRVOR)
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି,
ଆଦି ପୁସ୍ତକ 47 : 6 (IRVOR)
ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”
ଆଦି ପୁସ୍ତକ 47 : 7 (IRVOR)
ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
ଆଦି ପୁସ୍ତକ 47 : 8 (IRVOR)
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ ?”
ଆଦି ପୁସ୍ତକ 47 : 9 (IRVOR)
ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ’ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
ଆଦି ପୁସ୍ତକ 47 : 10 (IRVOR)
ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
ଆଦି ପୁସ୍ତକ 47 : 11 (IRVOR)
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
ଆଦି ପୁସ୍ତକ 47 : 12 (IRVOR)
ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ। [PS]
ଆଦି ପୁସ୍ତକ 47 : 13 (IRVOR)
{ଦୁର୍ଭିକ୍ଷ} [PS] ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
ଆଦି ପୁସ୍ତକ 47 : 14 (IRVOR)
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
ଆଦି ପୁସ୍ତକ 47 : 15 (IRVOR)
ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ ?”
ଆଦି ପୁସ୍ତକ 47 : 16 (IRVOR)
ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
ଆଦି ପୁସ୍ତକ 47 : 17 (IRVOR)
ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
ଆଦି ପୁସ୍ତକ 47 : 18 (IRVOR)
ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
ଆଦି ପୁସ୍ତକ 47 : 19 (IRVOR)
ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
ଆଦି ପୁସ୍ତକ 47 : 20 (IRVOR)
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
ଆଦି ପୁସ୍ତକ 47 : 21 (IRVOR)
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।
ଆଦି ପୁସ୍ତକ 47 : 22 (IRVOR)
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
ଆଦି ପୁସ୍ତକ 47 : 23 (IRVOR)
ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
ଆଦି ପୁସ୍ତକ 47 : 24 (IRVOR)
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
ଆଦି ପୁସ୍ତକ 47 : 25 (IRVOR)
ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
ଆଦି ପୁସ୍ତକ 47 : 26 (IRVOR)
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
ଆଦି ପୁସ୍ତକ 47 : 27 (IRVOR)
ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
ଆଦି ପୁସ୍ତକ 47 : 28 (IRVOR)
ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।
ଆଦି ପୁସ୍ତକ 47 : 29 (IRVOR)
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।
ଆଦି ପୁସ୍ତକ 47 : 30 (IRVOR)
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
ଆଦି ପୁସ୍ତକ 47 : 31 (IRVOR)
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ବରଙ୍କ ଆରାଧନା କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: