ଆଦି ପୁସ୍ତକ 49 : 1 (IRVOR)
ପୁତ୍ରମାନଙ୍କୁ ଯାକୁବଙ୍କ ଆଶୀର୍ବାଦ ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
ଆଦି ପୁସ୍ତକ 49 : 2 (IRVOR)
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।
ଆଦି ପୁସ୍ତକ 49 : 3 (IRVOR)
ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
ଆଦି ପୁସ୍ତକ 49 : 4 (IRVOR)
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
ଆଦି ପୁସ୍ତକ 49 : 5 (IRVOR)
ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।
ଆଦି ପୁସ୍ତକ 49 : 6 (IRVOR)
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।
ଆଦି ପୁସ୍ତକ 49 : 7 (IRVOR)
ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
ଆଦି ପୁସ୍ତକ 49 : 8 (IRVOR)
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।
ଆଦି ପୁସ୍ତକ 49 : 9 (IRVOR)
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?
ଆଦି ପୁସ୍ତକ 49 : 10 (IRVOR)
ଶୀଲୋର ଆଗମନ ପର୍ଯ୍ୟନ୍ତ* ସେ ଶୀଲୋକୁ ଆସିବା ପର୍ଯ୍ୟନ୍ତ କିମ୍ବା ସେ ଯାହାର ଅଟେ ତାହା ପାଖକୁ ଆସିବା ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
ଆଦି ପୁସ୍ତକ 49 : 11 (IRVOR)
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।
ଆଦି ପୁସ୍ତକ 49 : 12 (IRVOR)
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
ଆଦି ପୁସ୍ତକ 49 : 13 (IRVOR)
ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।
ଆଦି ପୁସ୍ତକ 49 : 14 (IRVOR)
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;
ଆଦି ପୁସ୍ତକ 49 : 15 (IRVOR)
ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।
ଆଦି ପୁସ୍ତକ 49 : 16 (IRVOR)
ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।
ଆଦି ପୁସ୍ତକ 49 : 17 (IRVOR)
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।
ଆଦି ପୁସ୍ତକ 49 : 18 (IRVOR)
ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
ଆଦି ପୁସ୍ତକ 49 : 19 (IRVOR)
ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।
ଆଦି ପୁସ୍ତକ 49 : 20 (IRVOR)
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।
ଆଦି ପୁସ୍ତକ 49 : 21 (IRVOR)
ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।
ଆଦି ପୁସ୍ତକ 49 : 22 (IRVOR)
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
ଆଦି ପୁସ୍ତକ 49 : 23 (IRVOR)
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
ଆଦି ପୁସ୍ତକ 49 : 24 (IRVOR)
ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
ଆଦି ପୁସ୍ତକ 49 : 25 (IRVOR)
ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
ଆଦି ପୁସ୍ତକ 49 : 26 (IRVOR)
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
ଆଦି ପୁସ୍ତକ 49 : 27 (IRVOR)
ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”
ଆଦି ପୁସ୍ତକ 49 : 28 (IRVOR)
ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
ଆଦି ପୁସ୍ତକ 49 : 29 (IRVOR)
ଯାକୁବଙ୍କ ମୃତ୍ୟୁୁ ଓ ସମାଧି ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।
ଆଦି ପୁସ୍ତକ 49 : 30 (IRVOR)
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
ଆଦି ପୁସ୍ତକ 49 : 31 (IRVOR)
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
ଆଦି ପୁସ୍ତକ 49 : 32 (IRVOR)
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
ଆଦି ପୁସ୍ତକ 49 : 33 (IRVOR)
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33