ଆଦି ପୁସ୍ତକ 6 : 1 (IRVOR)
{ମନୁଷ୍ୟର ଦୁଷ୍ଟତା} [PS] ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
ଆଦି ପୁସ୍ତକ 6 : 2 (IRVOR)
ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ [* ଏମାନେ ସ୍ବର୍ଗୀୟ ଲୋକମାନେ] ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
ଆଦି ପୁସ୍ତକ 6 : 3 (IRVOR)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
ଆଦି ପୁସ୍ତକ 6 : 4 (IRVOR)
ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
ଆଦି ପୁସ୍ତକ 6 : 5 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
ଆଦି ପୁସ୍ତକ 6 : 6 (IRVOR)
ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
ଆଦି ପୁସ୍ତକ 6 : 7 (IRVOR)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
ଆଦି ପୁସ୍ତକ 6 : 8 (IRVOR)
ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ। [PS]
ଆଦି ପୁସ୍ତକ 6 : 9 (IRVOR)
{ନୋହ ଓ ଜଳପ୍ଲାବନ} [PS] ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
ଆଦି ପୁସ୍ତକ 6 : 10 (IRVOR)
ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
ଆଦି ପୁସ୍ତକ 6 : 11 (IRVOR)
ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
ଆଦି ପୁସ୍ତକ 6 : 12 (IRVOR)
ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
ଆଦି ପୁସ୍ତକ 6 : 13 (IRVOR)
ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
ଆଦି ପୁସ୍ତକ 6 : 14 (IRVOR)
ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
ଆଦି ପୁସ୍ତକ 6 : 15 (IRVOR)
ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
ଆଦି ପୁସ୍ତକ 6 : 16 (IRVOR)
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
ଆଦି ପୁସ୍ତକ 6 : 17 (IRVOR)
ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
ଆଦି ପୁସ୍ତକ 6 : 18 (IRVOR)
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
ଆଦି ପୁସ୍ତକ 6 : 19 (IRVOR)
ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
ଆଦି ପୁସ୍ତକ 6 : 20 (IRVOR)
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
ଆଦି ପୁସ୍ତକ 6 : 21 (IRVOR)
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
ଆଦି ପୁସ୍ତକ 6 : 22 (IRVOR)
ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: