ଆଦି ପୁସ୍ତକ 9 : 1 (IRVOR)
{ନୋହଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି} [PS] ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
ଆଦି ପୁସ୍ତକ 9 : 2 (IRVOR)
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
ଆଦି ପୁସ୍ତକ 9 : 3 (IRVOR)
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
ଆଦି ପୁସ୍ତକ 9 : 4 (IRVOR)
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
ଆଦି ପୁସ୍ତକ 9 : 5 (IRVOR)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
ଆଦି ପୁସ୍ତକ 9 : 6 (IRVOR)
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
ଆଦି ପୁସ୍ତକ 9 : 7 (IRVOR)
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
ଆଦି ପୁସ୍ତକ 9 : 8 (IRVOR)
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
ଆଦି ପୁସ୍ତକ 9 : 9 (IRVOR)
“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
ଆଦି ପୁସ୍ତକ 9 : 10 (IRVOR)
ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
ଆଦି ପୁସ୍ତକ 9 : 11 (IRVOR)
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
ଆଦି ପୁସ୍ତକ 9 : 12 (IRVOR)
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
ଆଦି ପୁସ୍ତକ 9 : 13 (IRVOR)
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
ଆଦି ପୁସ୍ତକ 9 : 14 (IRVOR)
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
ଆଦି ପୁସ୍ତକ 9 : 15 (IRVOR)
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
ଆଦି ପୁସ୍ତକ 9 : 16 (IRVOR)
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
ଆଦି ପୁସ୍ତକ 9 : 17 (IRVOR)
ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” [PS]
ଆଦି ପୁସ୍ତକ 9 : 18 (IRVOR)
{ନୋହ ଓ ତାଙ୍କ ପୁତ୍ରମାନେ} [PS] ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
ଆଦି ପୁସ୍ତକ 9 : 19 (IRVOR)
ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
ଆଦି ପୁସ୍ତକ 9 : 20 (IRVOR)
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
ଆଦି ପୁସ୍ତକ 9 : 21 (IRVOR)
ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
ଆଦି ପୁସ୍ତକ 9 : 22 (IRVOR)
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
ଆଦି ପୁସ୍ତକ 9 : 23 (IRVOR)
ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
ଆଦି ପୁସ୍ତକ 9 : 24 (IRVOR)
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
ଆଦି ପୁସ୍ତକ 9 : 25 (IRVOR)
ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
ଆଦି ପୁସ୍ତକ 9 : 26 (IRVOR)
ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
ଆଦି ପୁସ୍ତକ 9 : 27 (IRVOR)
ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
ଆଦି ପୁସ୍ତକ 9 : 28 (IRVOR)
ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ।
ଆଦି ପୁସ୍ତକ 9 : 29 (IRVOR)
ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: