ହବକକୂକ 2 : 2 (IRVOR)
ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ’ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି। ଧାର୍ମିକ ଲୋକ ବିଶ୍ୱାସ ଦ୍ୱାରା ବଞ୍ଚିବ ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
ହବକକୂକ 2 : 3 (IRVOR)
କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
ହବକକୂକ 2 : 4 (IRVOR)
ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
ହବକକୂକ 2 : 5 (IRVOR)
ଆହୁରି, ଧନ* ଧନ ଏବ୍ରୀରେ ମଦ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।
ହବକକୂକ 2 : 6 (IRVOR)
{କଲ୍ଦୀୟ-ସନ୍ତାପର ପାତ୍ର } ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !
ହବକକୂକ 2 : 7 (IRVOR)
ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ ?
ହବକକୂକ 2 : 8 (IRVOR)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
ହବକକୂକ 2 : 9 (IRVOR)
ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ର !
ହବକକୂକ 2 : 10 (IRVOR)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
ହବକକୂକ 2 : 11 (IRVOR)
କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।
ହବକକୂକ 2 : 12 (IRVOR)
ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର !
ହବକକୂକ 2 : 13 (IRVOR)
ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?
ହବକକୂକ 2 : 14 (IRVOR)
କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
ହବକକୂକ 2 : 15 (IRVOR)
ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର !
ହବକକୂକ 2 : 16 (IRVOR)
ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
ହବକକୂକ 2 : 17 (IRVOR)
କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
ହବକକୂକ 2 : 18 (IRVOR)
ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
ହବକକୂକ 2 : 19 (IRVOR)
ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
ହବକକୂକ 2 : 20 (IRVOR)
ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20