ହଗୟ 1 : 1 (IRVOR)
ମନ୍ଦିର ପୁନଃନିର୍ମାଣ ନିମନ୍ତେ ଆଦେଶ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
ହଗୟ 1 : 2 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।
ହଗୟ 1 : 3 (IRVOR)
ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ହଗୟ 1 : 4 (IRVOR)
ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ?
ହଗୟ 1 : 5 (IRVOR)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
ହଗୟ 1 : 6 (IRVOR)
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
ହଗୟ 1 : 7 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
ହଗୟ 1 : 8 (IRVOR)
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
ହଗୟ 1 : 9 (IRVOR)
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
ହଗୟ 1 : 10 (IRVOR)
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
ହଗୟ 1 : 11 (IRVOR)
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।
ହଗୟ 1 : 12 (IRVOR)
ଲୋକଙ୍କର ପରମେଶ୍ୱରଙ୍କ ଆଦେଶ ପାଳନ ସେତେବେଳେ ଶଲ୍‍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ* ଅବଶିଷ୍ଟାଂଶ ସମସ୍ତେ ଅର୍ଥାତ୍ ଯେଉଁମାନେ ବାବିଲ ବନ୍ଦୀତ୍ଵରୁ ଫେରିଥିଲେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
ହଗୟ 1 : 13 (IRVOR)
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।
ହଗୟ 1 : 14 (IRVOR)
ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
ହଗୟ 1 : 15 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

1 2 3 4 5 6 7 8 9 10 11 12 13 14 15