ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 1 (IRVOR)
{ବିଶ୍ୱାସର ଆଦିକର୍ତ୍ତା ଓ ସିଦ୍ଧିଦାତା ଯୀଶୁ} [PS] ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 2 (IRVOR)
ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 3 (IRVOR)
{ଈଶ୍ୱରଙ୍କ ଅନୁଶାସନର ସୁଫଳ} [PS] ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 4 (IRVOR)
ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 5 (IRVOR)
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 6 (IRVOR)
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 7 (IRVOR)
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ୱର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି ?
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 8 (IRVOR)
କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 9 (IRVOR)
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 10 (IRVOR)
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 11 (IRVOR)
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 12 (IRVOR)
ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 13 (IRVOR)
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 14 (IRVOR)
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 15 (IRVOR)
କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 16 (IRVOR)
କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 17 (IRVOR)
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 18 (IRVOR)
{ଏକ ଅଟଳ ରାଜ୍ୟ} [PS] କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 19 (IRVOR)
ତୂରୀର ଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 20 (IRVOR)
ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 21 (IRVOR)
ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 22 (IRVOR)
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 23 (IRVOR)
ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 24 (IRVOR)
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 25 (IRVOR)
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 26 (IRVOR)
ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 27 (IRVOR)
ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 28 (IRVOR)
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 29 (IRVOR)
କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: