ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 1 (IRVOR)
{ଈଶ୍ୱରଙ୍କ ସନ୍ତୋଷଜନକ ବଳିସମୂହ} [PS] ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 2 (IRVOR)
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 3 (IRVOR)
ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 4 (IRVOR)
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 5 (IRVOR)
ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, "ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ''।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 6 (IRVOR)
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 7 (IRVOR)
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 8 (IRVOR)
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 9 (IRVOR)
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 10 (IRVOR)
ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 11 (IRVOR)
କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହି ସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 12 (IRVOR)
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 13 (IRVOR)
ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 14 (IRVOR)
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 15 (IRVOR)
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 16 (IRVOR)
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 17 (IRVOR)
ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 18 (IRVOR)
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 19 (IRVOR)
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 20 (IRVOR)
{ଶେଷ ଆଶିଷ} [PS] ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 21 (IRVOR)
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 22 (IRVOR)
{ଶେଷ ଶୁଭେଚ୍ଛା} [PS] ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 23 (IRVOR)
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 24 (IRVOR)
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 25 (IRVOR)
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: