ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 1 (IRVOR)
ମହାପରିତ୍ରାଣର ଅବହେଳା ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 2 (IRVOR)
କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 3 (IRVOR)
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 4 (IRVOR)
ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 5 (IRVOR)
ପରିତ୍ରାଣ କର୍ତ୍ତା ଖ୍ରୀଷ୍ଟ କାରଣ ଯେଉଁ ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାଁନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 6 (IRVOR)
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, "ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ ?
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 7 (IRVOR)
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 8 (IRVOR)
ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 9 (IRVOR)
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ୱରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 10 (IRVOR)
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 11 (IRVOR)
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 12 (IRVOR)
ଯେପରି ସେ କହନ୍ତି, "ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,''
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 13 (IRVOR)
ପୁନଶ୍ଚ କହନ୍ତି, ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି। ପୁନର୍ବାର, ଏହି ଦେଖ, ମୁଁ ଓ ଈଶ୍ୱରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 14 (IRVOR)
ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 15 (IRVOR)
ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 16 (IRVOR)
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 17 (IRVOR)
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2 : 18 (IRVOR)
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18