ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 1 (IRVOR)
{ଯୀଶୁ ମୋଶାଙ୍କଠାରୁ ମହାନ} [PS] ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 2 (IRVOR)
ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 3 (IRVOR)
ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 4 (IRVOR)
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 5 (IRVOR)
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 6 (IRVOR)
କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 7 (IRVOR)
{ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମ} [PS] ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 8 (IRVOR)
ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କରନ୍ତି
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 9 (IRVOR)
ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 10 (IRVOR)
ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 11 (IRVOR)
ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 12 (IRVOR)
ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 13 (IRVOR)
କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 14 (IRVOR)
କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 15 (IRVOR)
ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 16 (IRVOR)
ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ?
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 17 (IRVOR)
ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ?
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 18 (IRVOR)
ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?
ଏବ୍ରୀମାନଙ୍କ ନିକଟକୁ ପତ୍ର 3 : 19 (IRVOR)
ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: