ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 1 (IRVOR)
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 2 (IRVOR)
ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 3 (IRVOR)
ହଁ, ଈଶ୍ୱରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 4 (IRVOR)
କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 5 (IRVOR)
ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 6 (IRVOR)
ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ୱରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 7 (IRVOR)
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 8 (IRVOR)
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 9 (IRVOR)
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 10 (IRVOR)
କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 11 (IRVOR)
ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 12 (IRVOR)
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ । [PS]
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 13 (IRVOR)
{ଈଶ୍ୱରଙ୍କ ଅଟଳ ପ୍ରତିଜ୍ଞା} [PS] କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 14 (IRVOR)
"ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।''
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 15 (IRVOR)
ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 16 (IRVOR)
ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 17 (IRVOR)
ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 18 (IRVOR)
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 19 (IRVOR)
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
ଏବ୍ରୀମାନଙ୍କ ନିକଟକୁ ପତ୍ର 6 : 20 (IRVOR)
ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: