ହୋଶେୟ 11 : 1 (IRVOR)
ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ପ୍ରେମ ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
ହୋଶେୟ 11 : 2 (IRVOR)
ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
ହୋଶେୟ 11 : 3 (IRVOR)
ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
ହୋଶେୟ 11 : 4 (IRVOR)
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
ହୋଶେୟ 11 : 5 (IRVOR)
ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
ହୋଶେୟ 11 : 6 (IRVOR)
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
ହୋଶେୟ 11 : 7 (IRVOR)
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
ହୋଶେୟ 11 : 8 (IRVOR)
ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
ହୋଶେୟ 11 : 9 (IRVOR)
ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
ହୋଶେୟ 11 : 10 (IRVOR)
ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
ହୋଶେୟ 11 : 11 (IRVOR)
ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
ହୋଶେୟ 11 : 12 (IRVOR)
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।

1 2 3 4 5 6 7 8 9 10 11 12