ହୋଶେୟ 12 : 1 (IRVOR)
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
ହୋଶେୟ 12 : 2 (IRVOR)
ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
ହୋଶେୟ 12 : 3 (IRVOR)
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
ହୋଶେୟ 12 : 4 (IRVOR)
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
ହୋଶେୟ 12 : 5 (IRVOR)
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
ହୋଶେୟ 12 : 6 (IRVOR)
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
ହୋଶେୟ 12 : 7 (IRVOR)
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
ହୋଶେୟ 12 : 8 (IRVOR)
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।”
ହୋଶେୟ 12 : 9 (IRVOR)
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
ହୋଶେୟ 12 : 10 (IRVOR)
ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
ହୋଶେୟ 12 : 11 (IRVOR)
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
ହୋଶେୟ 12 : 12 (IRVOR)
ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
ହୋଶେୟ 12 : 13 (IRVOR)
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
ହୋଶେୟ 12 : 14 (IRVOR)
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।

1 2 3 4 5 6 7 8 9 10 11 12 13 14