ହୋଶେୟ 14 : 1 (IRVOR)
ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
ହୋଶେୟ 14 : 2 (IRVOR)
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
ହୋଶେୟ 14 : 3 (IRVOR)
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।
ହୋଶେୟ 14 : 4 (IRVOR)
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
ହୋଶେୟ 14 : 5 (IRVOR)
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
ହୋଶେୟ 14 : 6 (IRVOR)
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।
ହୋଶେୟ 14 : 7 (IRVOR)
ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।
ହୋଶେୟ 14 : 8 (IRVOR)
ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
ହୋଶେୟ 14 : 9 (IRVOR)
ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

1 2 3 4 5 6 7 8 9