ହୋଶେୟ 5 : 1 (IRVOR)
ଇସ୍ରାଏଲ ଓ ଯିହୁଦାର ଶାସ୍ତି ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
ହୋଶେୟ 5 : 2 (IRVOR)
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
ହୋଶେୟ 5 : 3 (IRVOR)
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
ହୋଶେୟ 5 : 4 (IRVOR)
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
ହୋଶେୟ 5 : 5 (IRVOR)
ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
ହୋଶେୟ 5 : 6 (IRVOR)
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
ହୋଶେୟ 5 : 7 (IRVOR)
ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
ହୋଶେୟ 5 : 8 (IRVOR)
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
ହୋଶେୟ 5 : 9 (IRVOR)
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
ହୋଶେୟ 5 : 10 (IRVOR)
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
ହୋଶେୟ 5 : 11 (IRVOR)
ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
ହୋଶେୟ 5 : 12 (IRVOR)
ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
ହୋଶେୟ 5 : 13 (IRVOR)
ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
ହୋଶେୟ 5 : 14 (IRVOR)
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
ହୋଶେୟ 5 : 15 (IRVOR)
ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।

1 2 3 4 5 6 7 8 9 10 11 12 13 14 15