ଯିଶାଇୟ 12 : 1 (IRVOR)
ଧନ୍ୟବାଦର ଗୀତ ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
ଯିଶାଇୟ 12 : 2 (IRVOR)
ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
ଯିଶାଇୟ 12 : 3 (IRVOR)
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
ଯିଶାଇୟ 12 : 4 (IRVOR)
ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
ଯିଶାଇୟ 12 : 5 (IRVOR)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
ଯିଶାଇୟ 12 : 6 (IRVOR)
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
❮
❯
1
2
3
4
5
6