ଯିଶାଇୟ 15 : 1 (IRVOR)
ମୋୟାବ ପ୍ରତି ଭାବବାଣୀ ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
ଯିଶାଇୟ 15 : 2 (IRVOR)
ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
ଯିଶାଇୟ 15 : 3 (IRVOR)
ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
ଯିଶାଇୟ 15 : 4 (IRVOR)
ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
ଯିଶାଇୟ 15 : 5 (IRVOR)
ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
ଯିଶାଇୟ 15 : 6 (IRVOR)
କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
ଯିଶାଇୟ 15 : 7 (IRVOR)
ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।
ଯିଶାଇୟ 15 : 8 (IRVOR)
କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
ଯିଶାଇୟ 15 : 9 (IRVOR)
କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।

1 2 3 4 5 6 7 8 9